Latest Odisha News

BREAKING NEWS

ଜାନୁଆରୀ ୮ରୁ ରାଜ୍ୟରେ ଖୋଲିବ ସ୍କୁଲ୍‌, ମେ ୩ରୁ ଦଶମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ସ୍କୁଲ୍ ଖୋଲିବାକୁ ଯାଉଛି । କୋଭିଡ କଟକଣା ଯୋଗୁଁ ଦୀର୍ଘ ୯ ମାସ ଉପରେ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା ।

ସୂଚନା ଅନୁଯାୟୀ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ମାନେ ବିଦ୍ୟାଳୟ ଯିବେ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ଜାନୁଆରୀ ୮ରୁ ଏପ୍ରିଲ୍ ୨୬ ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଦେବା ଲାଗି ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ମାନଙ୍କ ପାଠପଢା ଜାନୁଆରୀ ୮ରୁ ଏପ୍ରିଲ୍ ୨୮ ଯାଏଁ ଚାଲିବ ।

ସେହିପରି ଦଶମ ଶ୍ରେଣୀ ପ୍ରାଟିକାଲ୍ ପରୀକ୍ଷା ଗୁଡିକ ଏପ୍ରିଲ୍ ୨୭ରୁ ମେ ୨ ତାରିଖ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏପ୍ରିଲ୍ ୨୯ରୁ ମେ ୧୪ ତାରିଖ ଯାଏଁ ହେବ ।

ଆହୁରି ମଧ୍ୟ ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା ପାଇଁ ମେ ୩ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ମେ ୧୫ରୁ ଜୁନ୍ ୧୧ ଯାଏଁ ଅନୁଷ୍ଠିତ ହେବ ।

ତେବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ଦ୍ୱାରା ଜାରି ନିର୍ଦ୍ଦେଶାବଳୀ ଗୁଡିକର ଅନୁପାଳନ ବାଧ୍ୟତା ମୂଳକ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.