Latest Odisha News

BREAKING NEWS

ଜଳବନ୍ଦୀ ମାଲକାନଗିରି; କାଲି ସ୍କୁଲ୍, ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ମଙ୍ଗଳ ବାର ଦିନ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା ହୋଇଛି। ପ୍ରବଳ ବର୍ଷା ଯୋଗୁଁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ବର୍ତ୍ତମାନ ଜିଲ୍ଲାର ବିଭିନ୍ନ ଜଳମଗ୍ନ ହୋଇ ରହିଛି।

ମାଲକାନଗିରିର ବହୁସ୍ଥାନରେ ବର୍ଷାଜଳ ଯୋଗୁ ଯାତାୟାତ ବାଧାପ୍ରାପ୍ତ ହୋଇଛି ଏବଂ ଘରେଘରେ ପାଣି ପଶିଯିବା ଯୋଗୁ ଜନଜୀବନ ମଧ୍ୟ ପ୍ରଭାବିତ ହୋଇଛି।

ଉଲ୍ଲେଖଯୋଗ୍ୟ, ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଅବପାତ କ୍ଷେତ୍ର ସ୍ରୁଷ୍ଟି ହୋଇଛି। ଉତ୍ତର ଓଡିଶା, ପଶ୍ଚିମବଙ୍ଗ ଉପକୁଳରେ ଗତିଶୀଳ ହୋଇ ଆଗାମୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତ ରୂପ ନେଇପାରେ। ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଏବଂ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ପ୍ରସ୍ତୁତି ସହିତ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।

Comments are closed.