ଭୁବନେଶ୍ୱର: ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବିଦ୍ୟାଳୟ ବନ୍ଦ ରହିବ। ଏନେଇ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ଅତି ପ୍ରବଳ ବର୍ଷା ହେବ। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଜିଲ୍ଲାକୁ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯିବା ପରେ ଏହି ନିଷ୍ପତ୍ତି ନିଆଯାଇଛି।
ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରାଥମିକରୁ ଉଚ୍ଚ ମାଧ୍ୟମିକ ସ୍ତର ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ବନ୍ଦ ରହିବ। ସେହିପରି ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପଘରୋଇ ବିଦ୍ୟାଳୟଗୁଡ଼ିକୁ ସକାଳ ୧୦ଟା ପରେ ଶିକ୍ଷାଦାନ କାର୍ଯ୍ୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।


Comments are closed.