Latest Odisha News

BREAKING NEWS

ଗଙ୍ଗାଧର ବେଶରେ ବାବା ଧବଳେଶ୍ବର : ଆସନ୍ତାକାଲି ବଡ଼ ଓଷା , ଲାଗି ହେବ ଗଜ ଓ ତୋରଣ ଭୋଗ

ଆଠଗଡ : ଚାଲିଛି ମହାପଞ୍ଚୁକ ବ୍ରତ । ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇପଡିଛି । ସକାଳୁ ସକାଳୁ ସବୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ପରିଲକ୍ଷିତ ହେଉଛି । ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ଗଙ୍ଗାଧର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ବର  ।  ରାତି ୩ଟାରୁ ବାବାଙ୍କର ପହଡ ଖୋଲାଯାଇଥିଲା ।  ପରେ ୧୦୮  ଗରା ଜଳରେ ସ୍ନାନ କରାଯାଇ ମଙ୍ଗଳ ଆଳତୀ , ମଇଲମ, ବାଳଭୋଗ ଆଦି କରାଯାଇଥିଲା। ପରେ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ ଦର୍ଶନ ପାଇଁ ଛଡାଯାଇଥିଲା ।

ଆସନ୍ତାକାଲି ଧବଳେଶ୍ୱରଙ୍କ ପୀଠରେ ବଡ଼ ଓଷା ପାଳନ ହେବ । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ । ଏଥିଲାଗି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଭକ୍ତଙ୍କ ଭିଡକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ନିଜେ ଉପଜିଲ୍ଲାପାଳ  ଓ କଟକ ଗ୍ରାମାଞ୍ଚଳ ଏସପି ଘଟଣାସ୍ଥଳରେ ଉପସ୍ଥିତ ରହି ତଦାରଖ କରୁଥିବା ସୂଚନା ମିଳିଛି ।

Leave A Reply

Your email address will not be published.