Latest Odisha News

BREAKING NEWS

ଆସନ୍ତାକାଲିଠୁ ସଂସଦର ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନ

ନୂଆଦିଲ୍ଲୀ : ଆସନ୍ତାକାଲିଠୁ ସଂସଦରେ ଆରମ୍ଭ ହେବ ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ । କୋଭିଡ୍‌ କଟକଣା ଭିତରେ ଆରମ୍ଭ ହେବ ବଜେଟ୍‌ ଅଧିବେଶନର ଦ୍ୱିତୀୟ ଭାଗ । ଏନେଇ ଲୋକସଭା ବାଚସ୍ପତି ଓମ୍ ବିର୍ଲା ସୂଚନା ଦେଇଛନ୍ତି । ରାଜ୍ୟସଭା ସକାଳ ୯ଟାରୁ ଅପରାହ୍ଣ ୨ଟା ପର୍ଯ୍ୟନ୍ତ ଚାଲିବାକୁ ଥିବା ବେଳେ, ଅପରାହ୍ଣ ୪ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଲୋକସଭା ଚାଲିବ। ଏପ୍ରିଲ୍‌ ୮ ତାରିଖ ଦିନ ଏହି ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଶେଷ ହେବ।

ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ସହ ଜାନୁଆରି ୨୯ ତାରିଖରେ ଆରମ୍ଭ ହୋଇଥିବା ସଂସଦର ବଜେଟ୍‌ ଅଧିବେଶନ । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବ୍ରୁଆରି ୧ ତାରିଖ ଦିନ କେନ୍ଦ୍ରୀୟ ବଜେଟ୍‌ ଉପସ୍ଥାପନ କରିଥିଲେ।

Leave A Reply

Your email address will not be published.