ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତିମଣତିକୁ ବଡ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । ଏପ୍ରିଲ୍ ୮, ୯ ଏବଂ ୧୦ ତାରିଖରେ ହେବ ବାହାର ରତ୍ନଭଣ୍ଡାର ଗଣତି । ଏ ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି ବାଧାପ୍ରାପ୍ତ ନହେବା ତାହା ଉପରେ ଗୁରୁତ୍ବ ଦିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।
ମନ୍ତ୍ରୀ କହିଛନ୍ତି ଯେ, ୨୫ ତାରିଖରେ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି ହୋଇଥିଲା । ପ୍ରଥମ ପର୍ଯ୍ୟାୟ ଗଣତି ସୁରୁଖୁରରେ ସରିଥିବା ବେଳେ ଏବେ ୨ୟ ପର୍ଯ୍ୟାୟ ଗଣତି ମଣତି ହେବ । ସେଥିପାଇଁ ଏପ୍ରିଲ ମାସର ୮, ୯ ଏବଂ ୧୦ ତାରିଖକୁ ଚୟନ କରାଯାଇଛି । ଏହି ଗଣତି ମଣତି ଦିନ ଯେପରି ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି କୌଣସି ପରିସ୍ଥିତିରେ ବାଧାପ୍ରାପ୍ତ ନହେବ, ସେନେଇ ଆଲୋଚନା ସରିଛି ।
ସେହିପରି ଆଗକୁ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ଏଥର ରଥଯାତ୍ରାକୁ ସୁରୁଖୁରରେ କରିବାକୁ ୬ ମାସ ଆଗରୁ ପ୍ରସ୍ତୁତି ବୈଠକ ବସିଛି । ଏହାରି ଭିତରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବାରମ୍ବାର ବୈଠକ ବସିଛି । ବଡ଼ଦାଣ୍ଡକୁ ଯେପରି ଅଧିକ ଗାଡ଼ି ପ୍ରବେଶ ନକରିବ, ତା ଉପରେ ଗୁରୁତ୍ୱ ଦିଆଯାଉଛି । ରଥଦାଣ୍ଡକୁ ସଂଲଗ୍ନ ରାସ୍ତା ଗୁଡ଼ିକର ପ୍ରସସ୍ତିକରଣ କରାଯିବା ନେଇ ଗୁରୁତ୍ୱ ଦିଆଯାଉଛି ବୋଲି ସେ କହିଛନ୍ତି ।