Latest Odisha News

BREAKING NEWS

ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ବରିଷ୍ଠ ବିଜେଡି ନେତା ଦାମ ରାଉତ

ଭୁବନେଶ୍ଵର: ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହେଲେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ । ଦାମୋଦର ରାଉତ ଗୁରୁତର ଥିବା ନେଇ ସୂଚନା ଦେଇଛନ୍ତି ପୁଅ ସମ୍ବିତ ରାଉତରାୟ । ହୃଦଘାତର ଶିକାର ହୋଇ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ଏବଂ ପରେ ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ଦାମ । ଅବସ୍ଥା ବର୍ତ୍ତମାନ ସଙ୍କଟାପନ୍ନ ଥିବା ନେଇ ସୂଚନା ମିଳିଛି । ଦାମୋଦରଙ୍କର ବ୍ରେନ ଡେଡ୍ ଥିବା କହିଛନ୍ତି ଦାମଙ୍କ ପୁଅ ସମ୍ବିତ । ତେବେ ଗତ ୧୮ତାରିଖରେ ତାଙ୍କୁ ହୃଦଘାତ ହୋଇଥିବା ନେଇ ସୂଚନା ଦେଇଛନ୍ତି ସମ୍ବିତ ।

ସୂଚନାଯୋଗ୍ୟ ଯେ, ଗତ ତିନିମାସ ତଳେ ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ ଅସୁସ୍ଥ ହୋଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ତାଙ୍କ ଯକୃତରେ ପାଣି ଜମିଥିବାରୁ ହସ୍ପିଟାଲରେ ତାଙ୍କର ଚିକତ୍ସା ଚାଲିଥିଲା । ତେବେ କିଛି ଦିନର ଚିକିତ୍ସା ପରେ ସୁସ୍ଥ ହୋଇ ସେ ଘରକୁ ଫେରିଥିଲେ ।

ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ ରାଜନେତା ଭାବେ ଜଣାଶୁଣା । ୧୯୫୭, ୧୯୬୧, ୧୯୬୭ ଓ ୧୯୭୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଏରସମା ଓ ପାରାଦ୍ୱୀପ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ ଥର ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଛନ୍ତି । ୧୯୭୯ ମସିହାରୁ ୨୦୧୭ ମସିହା ପର୍ଯ୍ୟନ୍ତ ଭିନ୍ନ ଭିନ୍ନ ସମୟରେ ଭିନ୍ନ ଭିନ୍ନ ସରକାରଙ୍କ ମନ୍ତ୍ରୀମଣ୍ଡଳରେ ସେ ଜଣେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଛନ୍ତି । ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ ଦାମ । ଦାମୋଦର ରାଉତ ଓଡ଼ିଶା ରାଜନୀତିରେ ପ୍ରଥମେ ଭାରତୀୟ ଜନତା ଦଳ ଏବଂ ପରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।

୧୯୪୨ ମସିହା ଜୁଲାଇ ୨ତାରିଖରେ ଜନ୍ମ ଗ୍ରହଣ କରିଥିଲେ ଦାମୋଦର ରାଉତ । ତାଙ୍କ ବାପାଙ୍କ ନାମ କପିଳ ଚରଣ ରାଉତ ଓ ପତ୍ନୀଙ୍କ ନାମ ସ୍ନେହା ରାଉତ । ତାଙ୍କ ପୁଅ ସମ୍ବିତ ରାଉତରାୟ ଜଣେ ରାଜନେତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଅଛନ୍ତି ।

 

Leave A Reply

Your email address will not be published.