Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ଜମିର କିସମ ପରିବର୍ତ୍ତନ ପାଇଁ ନେଉଥିଲେ ଲାଞ୍ଚ

କୋରାପୁଟ: ଜମିର କିସମ ବଦଳାଇବାକୁ ଲାଞ୍ଚ ନେବା ବେଳେ ଧରା ପଡ଼ିଛନ୍ତି ବରିଷ୍ଠ କିରାଣି । କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ତହସିଲ୍ ଅଫିସର ବରିଷ୍ଠ କିରାଣି ତଥା ରେକର୍ଡ ରୁମ୍ ଇନଚାର୍ଜ ସତ୍ୟନାରାୟଣ ଦଳେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଆରଓଆର୍ ପଟ୍ଟା ଚାଷଜମିରୁ ଘରବାରିକୁ ପରିବର୍ତ୍ତନ ପାଇଁ ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣି ।

୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସତ୍ୟନାରାୟଣ ଦଳେଇ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ତାଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ ହୋଇଛି । ଏନେଇ କୋରାପୁଟ ଭିଜିଲାନ୍ସ ଏକ ମାମଲା ରୁଜୁ କରିଥିବା ବେଳେ ତଦନ୍ତ ଜାରି ରହିଛି ।

Leave A Reply

Your email address will not be published.