ବାଲେଶ୍ୱର: ଲାଞ୍ଚ ନେବା ପଡିଲା ମହଙ୍ଗା । ମାଡି ବସିଲା ଭିଜିଲାନ୍ସ । ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲେଶ୍ୱର ଜିଲ୍ଲା ସିମୁଳିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ବରିଷ୍ଠ କିରାଣି ମନୋଜ କୁମାର ଭଞ୍ଜ। ବରିଷ୍ଠ କିରାଣି ମନୋଜ ଜଣେ ଠିକା ନର୍ସିଂ ଅଫିସରଙ୍କଠାରୁ ସେ ୮ ହଜାର ଟଙ୍କା ଲାଞ୍ଚ ନେଉଥିଲା ବେଳେ ମାଡ଼ି ବସିଥିଲା ଭିଜିଲାନ୍ସ ।
ଉକ୍ତ କର୍ମଚାରୀଙ୍କ ଠିକା ଅବଧି ପୂରଣ ହୋଇଯାଇଥିବା ବେଳେ ଚାକିରି ନିୟମିତ କରିବା ପାଇଁ ଆବଶ୍ୟକ ଫାଇଲ କାମ କରିବାକୁ ବରିଷ୍ଠ କିରାଣି ମନୋଜ କୁମାର ଭଞ୍ଜ ତାଙ୍କୁ ଲାଞ୍ଚ ମାଗିଥିଲେ। ଏନେଇ ଠିକା କର୍ମଚାରୀ ଜଣଙ୍କ ଭିଜିଲାନ୍ସକୁ ଜଣାଇଥିଲେ।
Comments are closed.