Latest Odisha News

BREAKING NEWS

ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ତଥା ଦୈନିକ ‘ସମ୍ବାଦ’ ଖବରକାଗଜର ସଂପାଦକୀୟ ପୃଷ୍ଠାର ସମ୍ପାଦକ ରଣଜିତ ଗୁରୁଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି।

ମୃତ୍ୟୁବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିବା ନେଇ ସୂଚନା ମିଳିଛି ।

ସେ ସଂକ୍ରମଣ ଜନିତ ଅସୁସ୍ଥତା ଯୋଗୁଁ ଅଗଷ୍ଟ ୧ ତାରିଖରେ ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି ହୋଇଥିଲେ । ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିବାବେଳେ ଶନିବାର ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ମି. ସମୟରେ ତାଙ୍କର ଦେହାନ୍ତ ହୋଇଥିବା ନେଇ ସୁତ୍ରରୁ ପ୍ରକଶ ।

ମିଳିଥିବା ସୂଚନାନୁଯାୟୀ ପାଖାପାଖି ୨୦୦୫ ମସିହାରେ ତାଙ୍କର କିଡନୀ ପ୍ରତିରୋପଣ କରାଯାଇଥିଲା ।

ତେବେ ତାଙ୍କ ଶେଷକୃତ୍ୟ ସମ୍ବଲପୁର ଜିଲ୍ଲାରେ କରାଯିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.