Latest Odisha News

BREAKING NEWS

ଭୁବନେଶ୍ୱରରେ ମହିଳା ବ୍ୟାଙ୍କ ମ୍ୟାନେଜରଙ୍କ ଆତ୍ମହତ୍ୟା ଅଭିଯୋଗ

ଭୁବନେଶ୍ୱର: ଭୁବନେଶ୍ୱରର ବରମୁଣ୍ଡା ସ୍ଥିତ ହାଉସିଂବୋର୍ଡ କଲୋନୀରେ ଥିବା ଏକ ଭଡାଘରେ ଜଣେ ମହିଳା ବ୍ୟାଙ୍କ ମ୍ୟାନେଜର ଗୁରୁବାର ଦିନ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।

ମୃତକ ଜଣକ ରଞ୍ଜିତା ରାଓ ଏବଂ ସେ ଅଶୋକ ନଗର ସ୍ଥିତ ୟୁକୋ ବ୍ୟାଙ୍କ ଶାଖାରେ ବରିଷ୍ଠ ବ୍ୟାଙ୍କ ମ୍ୟାନେଜର ଭାବେ କାର୍ଯ୍ୟରତ ଥିଲେ ।

ମିଳିଥିବା ସୂଚନାନୁଯାୟୀ ଆଜି ସକାଳୁ ପରିବାର ଲୋକେ ଏସମ୍ପର୍କରେ ଜାଣିବା ପରେ ଖଣ୍ଡଗିରି ପୋଲିସକୁ ଖବର ଦେଇଥିଲେ । ସୂଚନା ପାଇ ପୋଲିସ ଉକ୍ତ ଭଡା ଘରେ (ଏମଆଇଜି-୫୧) ପହଞ୍ଚିବା ସହ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରିଥିଲା ।

ତେବେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ବେଳେ ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି ।

Comments are closed.