Latest Odisha News

BREAKING NEWS

ଷ୍ଟାନ୍‌ଫୋର୍ଡ ବିଶ୍ୱ ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ସ୍ଥାନ ପାଇଲେ ସୋଆର ୭ ଗବେଷକ

ଭୁବନେଶ୍ୱର: ବିଶ୍ୱର ଶ୍ରେଷ୍ଠ ବୈଜ୍ଞାନିକ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍‌ଡ ଟୁ ବି ୟୁନିଭର୍ସିଟି)ର ୭ ଜଣ ବିଶିଷ୍ଟ ଗବେଷକଙ୍କ ନାମ ସ୍ଥାନ ପାଇଛି।

ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ  ବୈଜ୍ଞାନିକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିବା ବେଳେ ଏହି ର‌୍ୟାଙ୍କିଙ୍ଗ୍‌ରେ ଓଡ଼ିଶା ପାଇଁ ଗୋରବ ଆଣିଛନ୍ତି ସୋଆର ଏହି ୭ ଜଣ ଗବେଷକ।

ଏହି ଗବେଷକମାନେ ହେଉଛନ୍ତି ପ୍ରଫେସର (ଡଃ) ପ୍ରଦୀପ୍ତ କିଶୋର ଦାସ, ପ୍ରଫେସର କୁଳମଣି ପରିଡା, ପ୍ରଫେସର ଲାଲା ବିହାରୀ ଶୁକ୍ଳା, ପ୍ରଫେସର (ଡଃ) ଅଶୋକ କୁମାର ମହାପାତ୍ର, ପ୍ରଫେସର ଆର୍‌.ଏନ୍‌.ପି. ଚୌଧୁରୀ, ପ୍ରଫେସର ଜେ.ସି. ମିଶ୍ର ଏବଂ ଡଃ ନିହାରବାଳା ଦେବୀ ।

ଷ୍ଟାନ୍‌ଫୋର୍ଡ ପକ୍ଷରୁ ବିଷୟକ୍ରମେ ବିଶ୍ୱର ଶ୍ରେଷ୍ଠ ୧ ଲକ୍ଷ ବୈଜ୍ଞାନିକମାନଙ୍କୁ ନେଇ ଏହି ର‌୍ୟାଙ୍କିଙ୍ଗ କରାଯାଇଥିଲା ।

ମାନଯୁକ୍ତ ସନ୍ଦର୍ଭ ଆଧାର ଯେପରିକି ସନ୍ଦର୍ଭ ସମ୍ପର୍କିତ ସୂଚନା, ଏଚ୍ ଇଣ୍ଡେକ୍ସ, କୋ- ଅଥରିସିପ୍ ଏବଂ ସମଗ୍ର ସୂଚକକୁ ଆଧାର କରି ଏହି ବିଶ୍ଳେଷଣ କରାଯାଇ ଏକ ଡାଟାବେସ୍ ପ୍ରସ୍ତୁତ କରାଯାଇଛି ।

Leave A Reply

Your email address will not be published.