Latest Odisha News

BREAKING NEWS

ଦୁଇ ବସ୍ ମୁହାଁମହିଁ ଧକ୍କା, ଏକାଧିକ ଆହତ

ସୋନପୁର: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବସ୍ ମୁହାଁମହିଁ ଧକ୍କା । ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ତୁରନ୍ତ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେପଟେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ସୋନପୁର-ସମ୍ବଲପୁର ଜାତୀୟ ରାଜପଥରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ବୀରମହାରାଜପୁରରୁ ଯାତ୍ରୀଙ୍କୁ ଧରି ସମ୍ୱଲପୁର ଅଭିମୁଖେ ଯାଉଥିବା ଏକ ବସ୍ ସୋନପୁର-ସମ୍ବଲପୁର ଜାତୀୟ ରାଜପଥର ଡୁଡୁପାଲି ଛକରେ ସମ୍ମୁଖରୁ ଆସୁଥିବା ଅନ୍ୟ ଏକ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଡ୍ରାଇଭର ସମେତ ଅନେକ ଯାତ୍ରୀ ବସ୍ ଭିତରେ ଫସି ରହିଥିଲେ । ଖବର ପାଇ ସଙ୍ଗେ ସଙ୍ଗେ ଘଟଣାସ୍ଥଳରେ ପହଞ୍ଚିଥିଲେ ପୋଲିସ ଏବଂ ଅଗ୍ନିଶମ ବାହିନୀ । ଦୁଇ ବସ୍ ଭିତରୁ ଯାତ୍ରୀ ମାନଙ୍କୁ ଉଦ୍ଧାର କରି ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.