Latest Odisha News

BREAKING NEWS

ଆଜି ଅବପାତ, କାଲି ବାତ୍ୟା, ଓଡିଶାକୁ ନାହିଁ ଭୟ

ଭୁବନେଶ୍ଵର: ବଳ ଗୋଟାଉଛି ବାତ୍ୟା । ଆଜି ଅବପାତ, କାଲି ବାତ୍ୟା । ବଙ୍ଗୋପସାଗରରେ ଦାନା ବାନ୍ଧିଲାଣି ବାତ୍ୟା ‘ରେମାଲ୍’। ବୁଧବାର ଦକ୍ଷିଣ ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗତକାଲି ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଆଜି ଏହା ଅବପାତ ରୂପ ନେବ । ୨୫ ତାରିଖ ସକାଳେ ବାତ୍ୟା ରୂପ ନେଇ ୨୬ ତାରିଖ ସନ୍ଧ୍ୟାରେ ଭୀଷଣ ବାତ୍ୟାରେ ପରିଣତ ହେବ । ଭୀଷଣ ବାତ୍ୟାରେ ପରିଣତ ହୋଇ ବାଂଲାଦେଶ ଓ ସଂଲଗ୍ନ ଉପକୂଳ ପଶ୍ଚିମବଙ୍ଗ ଅତିକ୍ରମ କରିବ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ସେପଟେ କିନ୍ତୁ ବାତ୍ୟାର ପ୍ରଭାବ ସିଧାସଳଖ ଓଡ଼ିଶା ଉପରେ ପଡ଼ିବନି ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ବାତ୍ୟା ପ୍ରଭାବରେ ୨୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ । ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି । ସେହିପରି କାଁ ଭାଁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୨୬ ତାରିଖରେ ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ା ଏବଂ ୨୭ ତାରିଖରେ ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

Comments are closed.