Latest Odisha News

ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’

ଭୁବନେଶ୍ବର:ବଙ୍ଗୋପସାଗରରେ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’। ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଲା ‘ରେମାଲ’ । ଆଜି ମଧ୍ୟରାତ୍ରୀରେ ସାଗର ଦ୍ୱୀପ ଓ ଖେପୁପରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ରେମାଲ’ । ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । ବାତ୍ୟା ରେମାଲ୍ ଲ୍ୟାଣ୍ଡଫଲ୍ କରିବା ସମୟରେ ୧୧୦ରୁ ୧୨୦ କିମି ବେଗରେ ପବନ ବହିପାରେ ।

ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଗାଙ୍ଗେୟ ପଶ୍ଚିମବଙ୍ଗର ପୂର୍ବ ଭାଗରେ ଓ ବାଂଲାଦେଶକୁ ଲାଗିଥିବା କିଛି ଅଞ୍ଚଳରେ ୨୬ ଓ ୨୭ ତାରିଖ ଦିନ ପ୍ରବଳ ବର୍ଷା ହେବ । ୨୮ ତାରିଖରେ ବି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।ଓଡ଼ିଶାରେ ବାତ୍ୟାର ପ୍ରଭାବ ରହିବ ନାହିଁ। ବାତ୍ୟା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୬, ୨୭ ତାରିଖ ଉତ୍ତର ଉପକୂଳ ଓଡ଼ିଶାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛଇ ପାଣିପାଗ ବିଭାଗ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ,୨୬ରେ ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ପୁରୀ,କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝର ୪୦ରୁ ୫୦ କିମି ବେଗରେ ପବନ ବହିବ । ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ୨୭ରେ ଉତ୍ତର ଉପକୂଳ ଓଡ଼ିଶା ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.