Latest Odisha News

BREAKING NEWS

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ; ନୂଆପଡ଼ା ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା

ନୂଆପଡା: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ପଶ୍ଚିମ ଓଡ଼ିଶାର କେତେକ ଅଞ୍ଚଳରେ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ନୂଆପଡା ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାରେ ୩ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଆସନ୍ତା ୨୦ରୁ ୨୨ ତାରିଖ ତିନି ଦିନ ପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

ତେବେ ଜନଗଣନା, ପ୍ରବେଶ, ୟୁନିଫର୍ମ ବଣ୍ଟନ ଓ ରେକର୍ଡ ଅପଡେଟ୍ ଚାଲିଥିବାରୁ ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସ୍କୁଲରେ ଉପସ୍ଥିତ ରହିବେ । ସମସ୍ତ ସତର୍କତାର ସହ ଜନଗଣନା ଜାରି ରହିବ । ଏନେଇ ଏକ ସ୍ୱତନ୍ତ୍ର ନୋଟିସ୍ ଜାରି କଲେ ନୂଆପଡ଼ା ଜିଲ୍ଲାପାଳ ମଧୁସୂଦନ ଦାସ ।

ହେଲେ ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ସପ୍ଲିମେଣ୍ଟରୀ ପରୀକ୍ଷା ନିର୍ଦ୍ଧାରିତ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ପରୀକ୍ଷାର୍ଥୀମାନଙ୍କ ପାଇଁ ଫଳରସ ଓ ଓଆର୍‌ଏସ୍‌ ବ୍ୟବସ୍ଥା କରାଯିବା ସହିତ ସେମାନଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ପୂର୍ବରୁ ଗ୍ରୀଷ୍ମ ପ୍ରବାହ ପାଇଁ ରାଜ୍ୟର ୫ ଜିଲ୍ଲାରେ ଛୁଟି ଘୋଷଣା କରାଯାଇ ସାରିଛି । ଶୁକ୍ରବାର ବଲାଙ୍ଗିର, ସୋନପୁର, କଳାହାଣ୍ଡି, ବୌଦ୍ଧ ଜିଲ୍ଲାରେ ଥିବା ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରିଥିଲେ ଜିଲ୍ଲାପାଳ ।

Leave A Reply

Your email address will not be published.