Latest Odisha News

କମିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଶୁକ୍ରବାର ଓ ଶନିବାର ଓଡ଼ିଶାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିବ । ଏନେଇ ଆଇଏମଡି ଏବଂ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାସହ ବୁଧବାର ଓ ଗୁରୁବାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ଜାନୁଆରୀ ୧୯ ରୁ ୨୦ତାରିଖ ୮ଟା ୩୦ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ପୂର୍ବାନୁମାନ କରାଯାଇଛି । ଜାନୁଆରୀ ୨୦ରୁ ୨୧ତାରିଖ ମଧ୍ୟରେ ଓଡ଼ିଶାରେ ପାଗ ଶୁଖିଲା ରହିବ ।

ଜାନୁଆରୀ ୨୧ ଓ ୨୨ରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଜାନୁଆରୀ ୨୨ରୁ ୨୩ତାରିଖ ମଧ୍ୟରେ ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଗରେ ବିଶେଷ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଆଗାମୀ ଦୁଇଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା(ରାତିର ତାପମାତ୍ରା)ରେ କୌଣସି ବଡ଼ ପରିବର୍ତ୍ତନ ହେବନାହିଁ । ଏହାସହ ପରବର୍ତ୍ତୀ ୩ ଦିନରେ ଧୀରେ ଧୀରେ ୩-୪ ଡ଼ିଗ୍ରୀ ସେଲିସିୟସ୍ ବୃଦ୍ଧି ପାଇବ ।

Comments are closed.