Latest Odisha News

ବିଜ୍ଞାପନରେ ଦଳୀୟ ଚିହ୍ନ ବ୍ୟବହାର ପ୍ରସଙ୍ଗ: ରାଜ୍ୟ ସରକାରଙ୍କୁ ନିର୍ବାଚନ ଆୟୋଗଙ୍କ ଜବାବ ତଲବ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପୂର୍ବରୁ ବିଭିନ୍ନ ବିଜ୍ଞାପନରେ ଦଳୀୟ ଚିହ୍ନ ବ୍ୟବହାର କରିବା ରାଜ୍ୟ ସରକାରଙ୍କ ପାଇଁ ମହଙ୍ଗା ପଡ଼ିଛି। ଆଜି ନିର୍ବାଚନ କମିଶନ ଏନେଇ କଡ଼ା ଆଭିମୁଖ୍ୟ ପୋଷଣ କରି ଉଭୟ ଓଡ଼ିଶା ସରକାର ଓ ବିଜେଡିକୁ ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ମାର୍ଚ୍ଚ ୨ ତାରିଖ ବା ଶନିବାର ସନ୍ଧ୍ୟା ସୁଦ୍ଧା ଏନେଇ ସ୍ପଷ୍ଟୀକରଣ ରଖିବାକୁ ଉଭୟ ରାଜ୍ୟ ସରକାର ଓ ବିଜେଡିକୁ ତାଗିଦ୍ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ ନିର୍ବାଚନ ଆୟୁକ୍ତ କ୍ଷମତାସୀନ ବିଜେଡି ସରକାର କୋଟି କୋଟି ଟଙ୍କାର ବିଜ୍ଞାପନରେ ଦଳୀୟ ଚିହ୍ନ ବ୍ୟବହାର ଉପରେ ଆପତ୍ତି ଉଠାଇଛନ୍ତି। ଏହି ବିଜ୍ଞାପନ ମାମଲାକୁ ଗୁରୁତ୍ୱର ସହ ନେଇଛନ୍ତି ନିର୍ବାଚନ ଆୟୋଗ। ରାଜ୍ୟରେ ଉଭୟ ଲୋକସଭା ଓ ବିଧାନସଭା ଭୋଟ୍ ପାଇଁ ନିର୍ବାଚନ ଆଚରଣ ବିଧି ଲାଗୁ ହେବା ପୂର୍ବରୁ କମିଶନଙ୍କ ଏଭଳି ଆଭିମୁଖ୍ୟ ଶାସକ ବିଜେଡି ପାଇଁ ଅଡ଼ୁଆ ପରିସ୍ଥିତି ସୃଷ୍ଟି କରିଛି। ନିର୍ବାଚନକୁ ଦୃଷ୍ଟିରେ ରଖି କ୍ଷମତାସୀନ ବିଜେଡି ସରକାର ଗତ ପ୍ରାୟ ଦୁଇମାସରୁ ଅଧିକ ସମୟ ଧରି ନିୟମିତ ଭାବେ ସମ୍ବାଦପତ୍ର, ଟିଭି ଚ୍ୟାନେଲ, ରାଜ୍ୟ ପରିବହନ ନିଗମର ବସ୍ ଏବଂ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ହୋର୍ଡିଂ ମାରିଛନ୍ତି ।

Comments are closed.