Latest Odisha News

BREAKING NEWS

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାଳିତ

ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ, ଭୁବନେଶ୍ୱର ଏବଂ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ବିଦ୍ୟାଳୟ, ପାରଳାଖେମୁଣ୍ଡିର ମିଳିତ ଆନୁକୂଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ପାରଳାଖେମୁଣ୍ଡି ସ୍ଥିତ ସ୍ୱୟଂଶାସିତ ମହାବିଦ୍ୟାଳୟରେ ପାଳିତ ହୋଇଯାଇଛି । ଏହି ଦିବସ ଉପଲକ୍ଷେ ପୂର୍ବରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା ।

ମହାବିଦ୍ୟାଳୟର ଅଧ୍ୟକ୍ଷ ଡଃ.ଅଜୟ କୁମାର ତ୍ରିପାଠୀ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମରେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି, ବୈରାଗୀ ଚରଣ ପଟ୍ଟନାୟକ ମୁଖ୍ୟବକ୍ତା,ପ୍ରେମାନନ୍ଦ ମହାପାତ୍ର ଏବଂ ଫଣୀନ୍ଦ୍ର ଭୂଷଣ ନନ୍ଦ ଅନ୍ୟତମ ଅତିଥି ଭାବରେ ଯୋଗଦେଇଥିଲେ ।ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମର ଅନ୍ତିମ ଚରଣରେ ବୈରାଗୀ ଚରଣ ବିଘ୍ନେଶ୍ୱର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ବହୁ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।

Leave A Reply

Your email address will not be published.