Latest Odisha News

BREAKING NEWS

LIVE ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା

ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା।  ନିର୍ଦ୍ଧାରିତ ସମୟରେ ମହାପ୍ରଭୁଙ୍କ ସମସ୍ତ ରୀତିନୀତି  ଆରମ୍ଭ ହୋଇଛି  ।

ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଶ୍ରୀଜିଉ।

ଦୀର୍ଘ ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ଘଟିଛି ଭକ୍ତ ଓ ଭଗବାନଙ୍କ ମିଳନ। ରଥାରୂଢ ହୋଇଛନ୍ତି ଚତୁର୍ଦ୍ଧାବିଗ୍ରହ। ପ୍ରଥମେ ରଥାରୂଢ ହୋଇଛନ୍ତି ଶ୍ରୀସୁଦର୍ଶନ। ଏହାପରେ ତାଳଧ୍ଵଜ ରଥରେ ବିରାଜମାନ ହୋଇଛନ୍ତି ବଳଭଦ୍ର। ପରେ ପରେ ଦେବଦଳନ ରଥରେ ବିଜେ କରିଛନ୍ତି ଦେବୀ ସୁଭଦ୍ରା ଓ ଶେଷରେ ରାଥାରୂଢ ହୋଇଛନ୍ତି ପ୍ରଭୁ ଜଗନ୍ନାଥ।

ଦୁଇବର୍ଷ ପରେ ବଡ଼ଦାଣ୍ଡ ଘଣ୍ଟ, ଘଣ୍ଟା, କାହାଳୀ ନାଦରେ ପୁଣି ଦୁଲୁକୁଛି  । ଆଜି ମହାପ୍ରଭୁ ଜନ୍ମବେଦିକୁ ବିଜେ କରିବେ ।  ଶ୍ରୀଜଗନ୍ନାଥଙ୍କ ଏହି ଗୁଣ୍ଡିଚା ଯାତ୍ରା ଦେଖିବା ପାଇଁ ଲୋକାରଣ୍ୟ ହୋଇ ଉଠିଛି ବଡ଼ଦାଣ୍ଡ। ହରିବୋଲ ହୁଳହୁଳି, ଜୟ ଜଗନ୍ନାଥ ଧ୍ୱନିରେ ଗଗନପବନ ମୁଖରିତ ହୋଇଛି ବଡ଼ଦାଣ୍ଡ।

ଧାଡ଼ି ପହଣ୍ଡି ନୀତିରେ ସେବାୟତମାନେ ପ୍ରଭୁ ଶ୍ରୀ ବଳଦେବଙ୍କୁ ରତ୍ନବେଦୀରୁ ରଥକୁ  ଆଣିଥିଲେ।

Leave A Reply

Your email address will not be published.