Latest Odisha News

BREAKING NEWS

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ: ଜାନୁଆରୀ ୧୭କୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ। ଏହି ଦିନକୁ ସରକାରୀ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ।

ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବା। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଜଗନ୍ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ସେହି ଦିନକୁ ଆନନ୍ଦର ସହ ଅପେକ୍ଷା କରିଛନ୍ତି। ଭକ୍ତମାନେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ୧୭ ତାରିଖକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.