ଯାଜପୁର: ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭୁବନେଶ୍ୱର, କଟକ ଓ ଭଦ୍ରକ ପରେ ଯାଜପୁରରେ ମଧ୍ୟ ସଟ୍ଡାଉନ୍ ଘୋଷଣା କରାଯାଇଛି । ଜିଲ୍ଳାରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଜିଲ୍ଲାର ସମସ୍ତ ବ୍ଲକ ମୁଖ୍ୟାଳୟ ଆଖ ପାଖ ଅଞ୍ଚଳ ସହିତ ପ୍ରମୁଖ ବଜାର ଗୁଡିକ ଆଜି ରାତି ୮ ଟାରୁ ୪୮ ଘଣ୍ଟା ପର୍ୟ୍ୟନ୍ତ ସମ୍ପୂର୍ଣ୍ଣ ସଟଡାଉନ ରହିବ ବୋଲି ଜିଲ୍ଲାପାଳ ଘୋଷଣା କରିଛନ୍ତି ।
ଏଥିସହିତ ଜିଲ୍ଲାର ପ୍ରମୁଖ ବଜାର, ବ୍ୟାସନଗର, ଚଣ୍ଡିଖୋଲ, ପାଣିକୋଇଲି ସହିତ କୋରେଇ ବ୍ଲକର ସାଦକପୁର, ବଡ଼ଚଣା ବ୍ଲକର ଚାରିନଙ୍ଗଳ, ଧର୍ମଶାଳା ବ୍ଲକର ନେଉଳପୁର ଅଞ୍ଚଳରେ ମଧ୍ୟ ସଟଡାଉନ କରିବାକୁ ନିର୍ଦେଶ ଦିଆଯାଇଛି । ଏହି ଅଞ୍ଚଳରେ କେବଳ ଔଷଧ ଦୋକାନ ବ୍ୟତୀତ ଅନ୍ୟ କୌଣସି ଦୋକାନ ଖୋଲିବ ନାହିଁ ।
ଗତକାଲି ରାତିରୁ ବ୍ରହ୍ମବରଦା ଅଞ୍ଚଳକୁ ସଟଡାଉନ ଘୋଷଣା କରିବା ସହ ସମ୍ପୃକ୍ତ ଅଞ୍ଚଳକୁ ନଜରବନ୍ଦୀରେ ରଖାଯାଇଥିଲା । ସୂଚନା ଅନୁସାରେ ଦିଲ୍ଲୀ ନିଜାମୁଦ୍ଦିନ ଧାର୍ମିକ ସମ୍ମିଳନୀକୁ ଓଡିଶାରୁ ଯାଇଥିବା ଯାଜପୁରର ୩ ଜଣଙ୍କ ମଧ୍ୟରୁ ବ୍ରହ୍ମବରଦା ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ବୋଲି ସୂଚନା ମିଳିଥିଲା ।
ଆଜି ଏ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହେବା ପରେ ଏହି ସଟଡାଉନ ନିଷ୍ପତ୍ତି ନିଆ ଯାଇଛି। ଏହି ବୈଠକରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.