Latest Odisha News

BREAKING NEWS

ଜଳ ସମ୍ପଦ ବିଭାଗ ଏବଂ ରୁର୍କି ଆଇଆଇଟି ସହ ବୁଝାମଣାପତ୍ର ସ୍ୱାକ୍ଷର, ଟ୍ରେନିଂ ନେବେ ୧୭୬ ଇଞ୍ଜିନିୟର

ଭୁବନେଶ୍ୱର: କ୍ଷୁଦ୍ର ଜଳସେଚନ ସିଭିଲ ଇଞ୍ଜିନିୟରମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ଜଳ ସମ୍ପଦ ବିଭାଗ ଏବଂ ରୁର୍କି ଆଇଆଇଟି ସହ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ଜଳବାୟୁ ସହନଶୀଳ କୃଷି ପାଇଁ ୬ ଦିନ ପାଇଁ ରୁର୍କିରେ ଜଳ ପରିଚାଳନା ସଂପର୍କିତ ପ୍ରଶିକ୍ଷଣ ନେବେ ୧୭୬ ଜଣ ଇଞ୍ଜିନିୟର । ରାଜ୍ୟ ଉନ୍ନୟନ କମିଶନର ତଥା ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର (ଏମଓୟୁ) ସ୍ୱାକ୍ଷରିତ ହୋଇଛି । ଜଳସମ୍ପଦ ବିଭାଗରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଓଡିଶା କମ୍ୟୁନିଟି ଟ୍ୟାଙ୍କ ମ୍ୟାନେଜମେଣ୍ଟ ସୋସାଇଟି (ଓସିଟିଡିଏମଏସ)ର ପ୍ରକଳ୍ପ ନିର୍ଦ୍ଦେଶକ ତଥା ବିଭାଗର ଅତିରିକ୍ତ ଶାସନ ସଚିବ ରଶ୍ମି ରଞ୍ଜନ ନାୟକ ଏବଂ ରୁର୍କି ଆଇଆଇଟିର ପ୍ରଫେସର ଦୀପକ ଖରେ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ ।

BjdElectrycity

ଜଳବାୟୁ ସହନଶୀଳ କୃଷି ପାଇଁ ଓଡ଼ିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ (ଓଆଇଆଇପିସିଆରଏ) ଜଳ ବ୍ୟବହାରିକ ଦକ୍ଷତାରେ ଉନ୍ନତି ଆଣିବା, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ବା ଜଳ ଭଣ୍ଡାରର ସେଚାଂଚଳରେ ଭାଗିଦାରୀ ଜଳସେଚନ ପରିଚାଳନାକୁ ସୁଦୃଢ଼ କରିବା ଏବଂ ବୈଷୟିକ ଜ୍ଞାନ କୌଶଳର ଉପଯୋଗ ମାଧ୍ୟମରେ ସମାଧାନ ସମାଧାନ କରାଯାଇ କୃଷିରେ ଜଳବାୟୁ ସହନଶୀଳତାକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ଏକ ବଡ ପଦକ୍ଷେପ । ବିଶ୍ୱବ୍ୟାଙ୍କ ସମର୍ଥିତ ଏହି ପ୍ରକଳ୍ପକୁ ଜଳସମ୍ପଦ ବିଭାଗ ପକ୍ଷରୁ କୃଷି ଓ କୃଷକ ସଶକ୍ତିକରଣ ଏବଂ ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ସହିତ କନଭର୍ଜେନ୍ସ ମୋଡରେ କାର୍ଯ୍ୟକାରୀ କରାଯାଉଛି ।

ଏହି ପରିପ୍ରେକ୍ଷୀରେ ଉନ୍ନୟନ କମିଶନର ତଥା ଜଳ ସଂପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗର୍ଗ କହିଛନ୍ତି ଯେ, କ୍ଷୁଦ୍ର ଜଳ ସେଚନ ଶାଖାର ଯନ୍ତ୍ରୀମାନଙ୍କୁ ଦିଆଯିବାକୁ ଥିବା ପ୍ରଶିକ୍ଷଣ ସେମାନଙ୍କୁ ଅତ୍ୟାଧୁନିକ ଜ୍ଞାନକୌଶଳ ମାଧ୍ୟମରେ ଜଳର ନିରନ୍ତର ବ୍ୟବହାର ଏବଂ ଉତ୍ତମ ଅଭ୍ୟାସ ସଂପର୍କରେ ଜାଣିବା ସହତ ଜଳବିଜ୍ଞାନ ଏବଂ ଏଥି ସମ୍ପର୍କିତ ଆନୁଷଙ୍ଗିକ କାର୍ଯ୍ୟକୁ କାର୍ଯ୍ୟକାରୀ କରିବାରେ ଦକ୍ଷତା ବୃଦ୍ଧିରେ ସହାୟକ ହେବ ବୋଲି ସେ ପ୍ରକାଶ କରିଥିଲେ ।

ଆଇଆଇଟି ରୁର୍କିର ପ୍ରଫେସର ଡଃ. ଖରେ କହିଥିଲେ ଯେ, ଏମଆଇର ଯନ୍ତ୍ରୀମାନଙ୍କୁ ପରିବର୍ତ୍ତିତ ଟେକ୍ନୋଲୋଜି ଆଧାରରେ ଜଳପରିଚାଳନା ନିମନ୍ତେ ପ୍ରଶିକ୍ଷଣ ପ୍ରଦାନ ସଂପର୍କରେ ନିଷ୍ପତ୍ତି ପାଇଁ ଜଳ ସଂପଦ ବିଭାଗ ତଥା ଓଡିଶା ରାଜ୍ୟ ସରକାରଙ୍କ ଉଦ୍ୟମ ପ୍ରଶଂସନୀୟ । ଆଇଆଇଟି, ରୁର୍କି ମାଧ୍ୟମରେ ଯନ୍ତ୍ରୀମାନଙ୍କୁ ସର୍ବୋତ୍ତମ ପ୍ରଶିକ୍ଷଣ ଦିଆଯିବ, ଯାହା ସେମାନଙ୍କର ଦକ୍ଷତାର ବିକାଶ ପୂର୍ବକ ଓଡିଶାରେ କ୍ଷୁଦ୍ର ଜଳସେଚନ ତଥା ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ପ୍ରକଳ୍ପ ପରିଚାଳନାରେ ସହାୟକ ହେବ ।

Leave A Reply

Your email address will not be published.