Latest Odisha News

BREAKING NEWS

୭ ଦ୍ୱାରର ରୂପା ଛାଉଣି କାମ ଶେଷ

ପୁରୀ: ଶେଷ ହେଲା ୭ ଦ୍ୱାରର ରୂପା ଛାଉଣି କାମ । କାଲି ଷ୍ଟ୍ରଙ୍ଗରୁମରୁ ଜିଲ୍ଲା କୋଷାଗାରକୁ ସ୍ଥାନାନ୍ତର ନିଷ୍ପତ୍ତି । ଶ୍ରୀମନ୍ଦିରର କଳାହାଟା ଦ୍ୱାର ପାଇଁ ଆସିଥିବା ସମସ୍ତ ୫ କ୍ୱିଣ୍ଟାଲ ରୁପାକୁ ଆସନ୍ତାକାଲି ନିଳାଦ୍ରୀ ଭକ୍ତନିବାସ ଷ୍ଟ୍ରଙ୍ଗରୁମରୁ ଜିଲ୍ଲା କୋଷାଗାରକୁ ସ୍ଥାନାନ୍ତର କରାଯିବ । ଜିଲ୍ଲାପାଳଙ୍କଠାରୁ ସବୁଜ ସଂକେତ ମିଳିବା ପରେ କୋଷାଗାରରେ ରୁପାକୁ ସୁରକ୍ଷିତ ରଖିବା ଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି

ସେପଟେ ୭ଟି ଦ୍ୱାରର ରୁପା ଛାଉଣି କାମ ଶେଷ ହୋଇଛି । ବେହରଣ ଦ୍ୱାର, ଜୟବିଜୟ ଦ୍ୱାର, ସାତପାହାଚ ଦ୍ୱାର, ଭୋଗମଣ୍ଡପ ଦ୍ୱାର, ଲକ୍ଷ୍ମୀ ମନ୍ଦିର, ଆଦିନୃସିଂହ ମନ୍ଦିର ଓ ବିମଳା ମନ୍ଦିରର ଦ୍ୱାର ରୂପାଛାଉଣି ସରିଯାଇଛି । କେବଳ କଳାହାଟ ଦ୍ୱାର ରୁପା ଛାଉଣି ହେବା ବାକି ରହିଛି । ଆସନ୍ତା ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ କଳାହାଟ ଦ୍ୱାରର ରୂପା ଛାଉଣି କରାଯିବ ବୋଲି ସୂଚନା ମିଳିଛି ।

 

Leave A Reply

Your email address will not be published.