Latest Odisha News

ବଢୁଛି ସଂକ୍ରମଣ: ଦେଶରେ ୨୪ ଘଣ୍ଟାରେ ୪୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଲକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୪୭,୭୦୪ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨୪ ଘଣ୍ଟାରେ ଯାଇଛି ୬୫୪ ଜଣଙ୍କର ଜୀବନ ।

ହୁ ହୁ ହୋଇ ବଢି ଚଳିଛି ସଂକ୍ରମିତଙ୍କ ଗ୍ରାଫ । ଦେଖୁ ଦେଖୁ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୪ ଲକ୍ଷ ୮୩ ହଜାର ୧୫୭ ରେ ପହଞ୍ଚିଛି । ସଂକ୍ରମଣରେ ତୃତୀୟ ସ୍ଥାନରେ ରହିଛି ଭାରତ । ଭାରତ ଉପରକୁ ଦ୍ଵିତୀୟ ସ୍ଥାନରେ ରାହିଛି ବ୍ରାଜିଲ ଓ ପ୍ରଥମ ସ୍ଥାନରେ ରାହିଛି ଆମେରିକା ।

ଏଯାବତ୍ ଭାରତରେ କରୋନାରେ ସଂକ୍ରମିତ ହୋଇ ୪,୯୬,୯୮୮ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୩୩,୪୨୫ ଜଣ ପ୍ରାଣ ହରାଇଛନ୍ତି । ୯,୫୨,୭୪୪ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Leave A Reply

Your email address will not be published.