ନୂଆଦିଲ୍ଲୀ: ଦେଶରେ ଅସମ୍ଭାଳ କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଳାକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା ।
ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ୪୮,୨୦୦ ଜଣ ବ୍ୟକ୍ତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାସହ ୨୪ ଘଣ୍ଟାରେ ଯାଇଛି ୭୦୫ ଜଣଙ୍କର ଜୀବନ ।
ହୁ ହୁ ହୋଇ ବଢି ଚଳିଛି ସଂକ୍ରମିତଙ୍କ ଗ୍ରାଫ । ଦେଖୁ ଦେଖୁ ଭାରତରେ ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୮୫ ହଜାର ୮୮୨ ରେ ପହଞ୍ଚିଛି । ସବୁ ରେକର୍ଡ ଭାଙ୍ଗି ସଂକ୍ରମିତ ସଂଖ୍ୟାରେ ତୃତୀୟ ସ୍ଥାନରେ ପହଞ୍ଚିଛି ଭାରତ । ଭାରତ ଉପରକୁ ଦ୍ଵିତୀୟ ସ୍ଥାନରେ ରାହିଛି ବ୍ରାଜିଲ ଓ ପ୍ରଥମ ସ୍ଥାନରେ ରାହିଛି ଆମେରିକା ।
ଏଯାବତ୍ ଭାରତରେ କରୋନାରେ ସଂକ୍ରମିତ ହୋଇ ୪,୬୭,୮୮୨ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୩୨,୬୦୩ ଜଣ ପ୍ରାଣ ହରାଇଛନ୍ତି । ୮,୮୫,୫୭୭ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।
Comments are closed.