Latest Odisha News

ସ୍କୁଲ୍ ବସ୍ ଦୁର୍ଘଟଣାଗ୍ରସ୍ତ, ୬ ଛାତ୍ରଛାତ୍ରୀ ମୃତ, ୧୫ରୁ ଉର୍ଦ୍ଧ୍ବ ଆହତ

ଚଣ୍ଡିଗଡ: ହରିୟାଣାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆଜି ସକାଳେ ଏକ ସ୍କୁଲ୍ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ୬ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ, ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତ ଛାତ୍ରଛାତ୍ରୀଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଖବର ମୁତାବକ, ଏକ ଘରୋଇ ସ୍କୁଲ୍ ବସ୍ ୩୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ଯାଉଥିଲା । ଏହି ସମୟରେ ମହେନ୍ଦ୍ରଗର ଜିଲ୍ଲା କାନିନା ଦାଦ୍ରି ରାସ୍ତାରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ସ୍ଥାନୀୟ ଲୋକେ ତୁରନ୍ତ ଆହତମାନଙ୍କୁ ମେଡିକାଲରେ ଭର୍ତ୍ତି କରିଥନ୍ତି । ଏଥିରେ ୬ ଜଣ ଛାତ୍ରଛାତ୍ରୀଙ୍କର ମୃତ୍ୟୁ ଘଟିଛି ।

ତେବେ ସ୍କୁଲ୍ ବସ୍ ଟି ଅନ୍ୟ ଏକ ଗାଡିକୁ ଓଭରଟେକ କରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ସ୍ଥାନୀୟଲୋକେ କହୁଛନ୍ତି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Comments are closed.