Latest Odisha News

BREAKING NEWS

ବୋଲେରୋ ଧକ୍କାରେ ୬ ଶ୍ରଦ୍ଧାଳୁ ମୃତ

ପାଟଣା: ମର୍ମନ୍ତୁଦ ସଡକ ଦୁର୍ଘଟଣା । ଚାଲିଗଲା ୩ ମହିଳାଙ୍କ ସମେତ ୬ଜଣଙ୍କ ଜୀବନ । ବିହାର ବାଙ୍କା ଜିଲ୍ଲାରେ ବୋଲେରୋ ଧକ୍କାରେ ୬ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଅଧିକ ଲୋକ ଗୁରୁତର ହୋଇଥିବା ନେଇ ସୂଚନା ମିଳିଛି । ଦୁର୍ଗା ମନ୍ଦିରକୁ ପାଣି ନେଇ ଯାଉଥିବା ବେଳେ ଶ୍ରଦ୍ଧାଳୁଙ୍କ ଉପରେ ଚଢ଼ିଯାଇଥିଲା ବୋଲେରୋ । ଗୁରୁତର ମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ସେପଟେ ପୋଲିସ ଗାଡ଼ିରେ ନିଆଁ ଲଗାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ ।

ସୂଚନା ଅନୁସାରେ, ଜଳାଭିଷେକ ପାଇଁ ଗତକାଲି ରାତିରେ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଗଙ୍ଗା ନଦୀରୁ ପାଣି ଉଠାଇ ସୁଲତାନଗଞ୍ଜରୁ ଜୈଷ୍ଠଗୌରୀନାଥ ମହାଦେବ ମନ୍ଦିରକୁ ଯାଉଥିବା ବେଳେ ବିପରିତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ଖବର ପାଇ ଘଟଣାସ୍ଥଳରେ ତୁରନ୍ତ ପୋଲିସ୍‌ ପହଞ୍ଚି  ସ୍ଥାନୀୟ ଲୋକେଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ତେବେ ଦୁର୍ଘଟଣାରେ ୩ଜଣ ମହିଳାଙ୍କ ସମେତ ମୋଟ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୨ରୁ ଉର୍ଦ୍ଧ୍ଵ ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ମୃତଦେହଗୁଡ଼ିକୁ ବ୍ୟବଚ୍ଛେଦ ନିମନ୍ତେ ପଠାଯାଇଛି।

ସେପଟେ ଉକ୍ତ ଅଞ୍ଚଳରେ ବାରମ୍ବାର ଦୁର୍ଘଟଣା ଘଟୁଥିଲେ ମଧ୍ୟ ପୋଲିସ କିମ୍ବା ପ୍ରଶାସନ କୌଣସି ପଦକ୍ଷେପ ଗ୍ରହଣ କରୁ ନ ଥିବାରୁ ସ୍ଥାନୀୟ ଲୋକେ ଉତ୍ତ୍ୟକ୍ତ ହୋଇ ଘଟଣାସ୍ଥଳରେ ଥିବା ପୋଲିସ୍‌ ଗାଡ଼ିରେ ନିଆଁ ଲଗାଇ ଦେଇଥିଲେ। ଶେଷରେ ବରିଷ୍ଠ ପୋଲିସ୍‌ ଓ ପ୍ରଶାସନି ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ବହୁ ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ହୋଇଛି ।

Leave A Reply

Your email address will not be published.