Latest Odisha News

BREAKING NEWS

ମହାନଦୀରେ ବୁଡ଼ିଲା ଡଙ୍ଗା; ୨ ମୃତ, ୭ ନିଖୋଜ

ଝାରସୁଗୁଡ଼ା: ମହାନଦୀରେ ବୁଡ଼ିଲା ଡଙ୍ଗା। ଘଟଣାରେ ୭ ଜଣ ନିଖୋଜ ହୋଇଥିବା ସୂଚନା ରହିଛି। ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି ଏହି ଘଟଣା। ଡଙ୍ଗାରେ ପ୍ରାୟ ୫୦ ଜଣ ଥିଲେ। ସେମାନେ ବରଗଡ଼ ବାଞ୍ଜିପାଲିରୁ ଯାଉଥିଲେ। ଡଙ୍ଗାରେ ଥିବା ୪୦ରୁ ଅଧିକ ଲୋକଙ୍କୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିଲେ।

ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି। ମୃତକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ମହିଳା। ତେବେ ଡଙ୍ଗାରେ ଅନେକ ମହିଳା ଓ ଛୁଆ ଥିଲେ ବୋଲି କୁହାଯାଇଛି। ଘଟଣା ସମ୍ପର୍କରେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଛି।

 

Leave A Reply

Your email address will not be published.