Latest Odisha News

BREAKING NEWS

ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୬ଜଣଙ୍କ ଜୀବନ ନେଲା କରୋନା । ରାଜ୍ୟରେ ଗତ ୨୪ଘଣ୍ଟା ଭିତରେ ୯ହଜାର ୮୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ମଧ୍ୟରେ ୬ଜଣଙ୍କ କରୋନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୫୦୭କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରେ କଟକରୁ ଦୁଇ ଜଣ, ଅନୁଗୁଳ, ଢ଼େଙ୍କାନାଳ, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏଁ ରହିଛିନ୍ତି । କଟକରୁ ୭୨ବର୍ଷୀୟ ବ୍ୟକ୍ତି, ୫୦ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳରୁ ୫୦ବର୍ଷୀୟ, ଢ଼େଙ୍କାନାଳରୁ ୫୫ବର୍ଷୀୟ, ଜଗତସିଂହପୁରରୁ ୫୦ବର୍ଷୀୟ ମହିଳା, ପୁରୀରୁ ୬୭ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Comments are closed, but trackbacks and pingbacks are open.