Latest Odisha News

BREAKING NEWS

ଓଡ଼ିଶାରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ, କଟକରୁ ୩ ମୃତକ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୫୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଟକ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।  ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୩୧୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.