Latest Odisha News

ଶ୍ରୀମନ୍ଦିରରେ ସେବାୟତଙ୍କୁ ମରଣାନ୍ତଙ୍କ ଆକ୍ରମଣ ଘଟଣା, ଆଉଜଣେ ସେବକ ନିଲମ୍ବିତ

ପୁରୀ: ଶ୍ରୀମନ୍ଦିରର ବରିଷ୍ଠ ସୁପରଭାଇଜର ତଥା ସେବାୟତ ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ । ପୁଣି ଜଣେ ସେବାୟତଙ୍କୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସେବାୟତ ଅମ୍ରିତାଂଶୁ ସାମନ୍ତରାଙ୍କୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ ର ୨୧ – ଖ (କ) ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି । ପୂର୍ବରୁ ଏହି ମାମଲାରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବନ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ।

ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଆନନ୍ଦ ବଜାରରେ ବେଆଇନ ଭାବେ ରାବିଡ଼ି ବିକ୍ରିକୁ ବିରୋଧ କରିବାରୁ ଗତ ଅକ୍ଟୋବର ୧୮ ତାରିଖ ସନ୍ଧ୍ୟାରେ ଶ୍ରୀମନ୍ଦିର ପଶ୍ଚିମ ଦ୍ବାର ନିକଟରେ କିଛି ଦୁର୍ବୃତ୍ତ ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଭୁଜାଲିରେ ହାଣି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ଗୁରୁତର ଅବସ୍ଥାରେ ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ହାତ, କାନ୍ଧ ଏବଂ ପିଠିରେ ଗଭୀର ଆଘାତ ଲାଗିଥିଲା । ଘଟଣାର ଦିନକ ପରେ ଏହି ମାମଲାକୁ ଗୁରୁତର ସହ ନେଇ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରାଙ୍କୁ ନିଲମ୍ବନ କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ଏବେ ଏହି ଆକ୍ରମଣରେ ଅମ୍ରିତାଂଶୁଙ୍କ ସମ୍ପୃକ୍ତ ଥିବା ନେଇ ପୁରୀ ପୁଲିସ ସୂଚନା ଦେବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯାଇଛି।

Comments are closed.