Latest Odisha News

BREAKING NEWS

ସ୍ନାନବେଦୀରେ ଶ୍ରୀଜିଉ, ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ

ପୁରୀ: ଆଜି ଜ୍ୟେଷ୍ଠ ମାସର ପବିତ୍ର ପୂର୍ଣ୍ଣମୀ ତିଥି ।  ସ୍ନାନ ମଣ୍ଡପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାବାହୁ । ଆଜି  ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜିଉ । ଏଥିପାଇଁ ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି ସ୍ବତନ୍ତ୍ର ନୀତିକାନ୍ତି  । ରାତି ୩ଟା ୩୦ରୁ ମଙ୍ଗଳାର୍ପଣ ହୋଇ ୪ଟାରୁ ୬ଟା ମଧ୍ୟରେ ପହଣ୍ଡି କରାଯାଇଛି  । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ଶ୍ରୀବଳଭଦ୍ର ବିଜେ କଲେ । ଧାଡ଼ିପହଣ୍ଡିରେ ଦେବୀ ସୁଭଦ୍ରା, ଶେଷରେ ଶ୍ରୀଜଗନ୍ନାଥ ବିଜେ କଲେ ।

ଜଳବିଜେ, ପୂଜା ଓ ସ୍ନାନ କାର୍ଯ୍ୟ କରାଯିବ  । ୧୨ଟା ୧୫ରେ ମହାପ୍ରଭୁଙ୍କୁ ନୂଆ ଲୁଗା ଲାଗି ବେଶ କରାଯିବ  । ୧୨ଟା ୧୫ରୁ ୧୨ଟା ୪୫ ମଧ୍ୟରେ ଛେରା ପହଁରା ପରେ ଗଜାନନ ବେଶରେ ଦର୍ଶନ ଦେବେ ଶ୍ରୀଜିଉ  । ସନ୍ଧ୍ୟା ୬ଟାରେ ସାହାଣ ମେଲା ଓ ରାତି ୧୦ଟାରୁ ଗୋଟାଏ ମଧ୍ୟରେ ଅନୁଷ୍ଠିତ ହେବ ବାହୁଡ଼ା ପହଣ୍ଡି  ।

ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା, ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ । ଏହି ଦିନ ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ । ଏହା ପରେ ଦିଅଁମାନଙ୍କୁ ଗଜାନନ ବେଶରେ ସଜ୍ଜିତ କରାଯାଇଥାଏ । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

Leave A Reply

Your email address will not be published.