Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଛତିଶା ନିଯୋଗ ବୈଠକରେ ମହାପ୍ରଭୁଙ୍କ ସ୍ନାନଯାତ୍ରାଠୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି ନିର୍ଘଣ୍ଟ

ନୀଳାଦ୍ରି ଭକ୍ତ ନିବାସରେ ଛତିଶା ନିଯୋଗ ବୈଠକ ଶେଷ ହୋଇଛି ବୈଠକରେ ରାଜେନ୍ଦ୍ରାଭିଷେକ, ରକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି ପ୍ରବେଶ, ସେନାପଟା ଲାଗି, ଦେବସ୍ନାନ ପୂର୍ଣ୍ଣିମା, ଚକାବିଜେ, ଖଳିଲାଗି ଏକାଦଶୀ, ରାଜପ୍ରସାଦ ବିଜେ, ନବଯୌବନ ଦର୍ଶନ ସହ ଶ୍ରୀଗୁଣ୍ଡିଚା ଯାତ୍ରାର ନୀତିକାନ୍ତି ସ୍ଥିର ହୋଇଛି ଜୁନ୍ ୧୪ରେ ଭୋର ୪ଟାରେ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ ସକାଳ .୩୦ରୁ ୧୧.୩୦ ମଧ୍ୟରେ ଜଳ ବିଜେ ପୂଜା ହୋଇ ୧୨.୧୫ ରେ ଛେରା ପହଁରା ୧୨.୩୦ରୁ .୩୦ ମଧ୍ୟରେ ହାତୀବେଶ ଶେଷ କରାଯିବ ସକାଳେ ପରିମାଣିକ ଟିକେଟ ଦର୍ଶନ କରାଯିବ ଭକ୍ତ ମାନେ ବଡ଼ଦାଣ୍ଡରୁ ଜଳଲାଗି ହାତୀବେଶ ପରେ ତିନି ଘଣ୍ଟା ସ୍ନାନ ମଣ୍ଡପ ଉପରେ ବେଶ ଦେଖିବାର ସୁଯୋଗ ପାଇବେ

ସ୍ନାନ ପୂର୍ଣ୍ଣିମା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ସମ୍ପର୍କରେ ନୀତି ସବକମିଟି ବୈଠକରେ ପ୍ରଥମେ ଆଲୋଚନା କରାଯାଇଥିଲା ସ୍ନାନ ଯାତ୍ରା ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଥିବା ସ୍ବତନ୍ତ୍ର ବ୍ୟବସ୍ଥାବଳୀ ସମ୍ପର୍କରେ ଆଲୋଚନା କରାଯାଇଥିଲା। ପରେ ଏହାକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଦୁଇବର୍ଷ ଧରି ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିବା ବେଳେ ଚଳିତ ବର୍ଷ କୋଭିଡ ସ୍ଥିତି ସ୍ବାଭାବିକ ଥିବାରୁ ଭକ୍ତଙ୍କ ଗହଣରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ

ସ୍ନାନପୂର୍ଣ୍ଣମୀ ଦିନ ସନ୍ଧ୍ୟା ଟାରୁ ରାତି .0 ଯାଏଁ ସର୍ବସାଧାରଣ ଦର୍ଶନ କରିବାକୁ ନୀତି ନିର୍ଘଣ୍ଟ ହୋଇଛି ସେହିପରି ରାତି ୧୦ ଟାରେ ବାହୁଡ଼ା ପହଣ୍ଡି ରାତି .୩୦ରେ ସୁନା ଚିତା ରାହୁରେଖା ମଇଲମ କରାଯିବାକୁ ନୀତି ନିର୍ଘଣ୍ଟ ହୋଇଛି

 

 

Comments are closed.