ଭୁବନେଶ୍ଵର: ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କର ୧୨୫ ତମ ଜନ୍ମ ଜୟନ୍ତୀ ଶିକ୍ଷା ଓ ଅନୁସନ୍ଧାନ(ସୋଆ) ବିଶ୍ଵବିଦ୍ୟାଳୟ ପରିସରରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟରର ମିଳିତ ଆନୁକୂଲ୍ୟରେ ପାଳିତ ହୋଇଯାଇଛି।
ଏହି ଉତ୍ସବରେ ଯୋଗ ଦେଇ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର ନେତାଜୀଙ୍କ ଜୀବନ ଯୁବ ସମାଜ ନିମନ୍ତେ ପ୍ରେରଣାର ଉତ୍ସ ହେବା ଆବଶ୍ୟକ ବୋଲି କହିଥିଲେ ।
ଆଜିର ପବିତ୍ର ଦିନରେ ଆମେ ନେତାଜୀଙ୍କ ଜୀବନର ସକାରାତ୍ମକ ଦିଗ ଗୁଡିକୁ ଆଲୋଚନା କରି ସ୍ଵାଧୀନତା ଆନ୍ଦୋଳନରେ ତାଙ୍କର ଭୂମିକା କୁ ସମ୍ମାନିତ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ । ଏହି ଦିନଟିକୁ ‘ପରାକ୍ରମ ଦିବସ’ ଭାବେ ପାଳନ କରାଯାଉଛି।
ଏହି ଅବସରରେ ସୋଆ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ତଥା ଏଆଇସିଟିଇର ପୂର୍ବତନ ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ନେତାଜୀଙ୍କୁ ଜଣେ ନିର୍ଭିକ ନେତା ବୋଲି ଅଭିହିତ କରିଥିଲେ।
କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସୋଆ ଏନଏସଏସ ର କାର୍ୟ୍ୟକ୍ରମ ସଂଯୋଜକ ଡକ୍ଟର ନଚିକେତା ଶର୍ମା। ଆଗାମୀ ମାସରେ ସୋଆ ଏନଏସଏସ ଓ ସୋଆ ୱେଲନେସ ସେଣ୍ଟର ପକ୍ଷରୁ ମିଳିତ ଭାବେ ଗାନ୍ଧୀ କଥା ଓ ସୁବାଷ କଥା ବକୃତ ମାଳାର ଆୟୋଜନ କରାଯିବ ବୋଲି ଡକ୍ଟର ଶର୍ମା ସୂଚନା ଦେଇଥିଲେ।
ସୋଆ ଛାତ୍ର ମଙ୍ଗଳ ଡିନ ପ୍ରଫେସର ଜ୍ୟୋତିରଞ୍ଜନ ଦାସ ଧନ୍ୟବାଦ ଅର୍ପଣ କରିଥିଲେ। ମୁଖ୍ୟ ପ୍ରଶାସନିକ ଅଧିକାରୀ ଶ୍ରୀ ପ୍ରମୋଦ ଚନ୍ଦ୍ର ପଣ୍ଡା, ଏନଏସଏସ ପ୍ରୋଗ୍ରାମ ଅଫିସରରସ ଏବଂ ସୋଆର ଅନ୍ୟାନ୍ୟ କର୍ମକର୍ତା ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।
Comments are closed.