Latest Odisha News

BREAKING NEWS

ଛାତ୍ରଛାତ୍ରୀଙ୍କ ପାଇଁ ଆଇନ୍ ଶିକ୍ଷା ବିସ୍ତୃତ ଭାବେ ପରିବ୍ୟାପ୍ତ

ଭୁବନେଶ୍ୱର: ଆଇନର ଅନେକ ପରିଭାଷା ରହିଛି ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିସ୍ତୃତ ଭାବେ ପରିବ୍ୟାପ୍ତ । ଆଇନଜୀବୀଙ୍କ ବୃତିରେ ଅନେକ ପରିବର୍ତ୍ତନ ଆସିଲାଣି ତେଣୁ ନୂଆ କରି ଏହି ବୃତିରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀମାନେ ସମୟର ସୁବିନିଯୋଗ କରନ୍ତୁ ବୋଲି କହିଛନ୍ତି ବରିଷ୍ଠ ଆଇନଜୀବୀ ତଥା ଓଡ଼ିଶା ହାଇକୋର୍ଟ ବାର୍ ଆସୋସିଏସନ୍‌ର ପୂର୍ବତନ ସଭାପତି ଗୋପାଳ କୃଷ୍ଣ ମହାନ୍ତି ।

ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଫ୍ୟାକଲ୍ଟି ଅଫ୍ ଲ ସୋଆ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲ (ସ୍ନିଲ୍‌) ର ସପ୍ତମ ବାର୍ଷିକ ଉତ୍ସବ “ଜଷ୍ଟିସିଆ-୨୦୨୩”ର ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଶ୍ରୀ ମହାନ୍ତି ଏହା କହିଛନ୍ତି । ସେହିପରି ଏହି କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଓଡ଼ିଶା ହାଇକୋର୍ଟର ଆଇନ୍‌ଜୀବୀ ଶାଶ୍ୱତ କୁମାର ଆଚାର୍ଯ୍ୟ ଆଇନ୍‌ଗତ ପେସାର ବିଭିନ୍ନ ଦିଗ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ ।

ସେ କହିଥିଲେ ଯେ ଛାତ୍ରଛାତ୍ରୀମାନଙ୍କ ନିକଟରେ ବର୍ତ୍ତମାନ ସବୁଠାରୁ ବଡ଼ ଅସ୍ତ୍ର ହେଉଛି ଯୁବାବସ୍ଥା ଓ ସମୟ । ତେଣୁ ଯୁବାବସ୍ଥାରେ ନିଜର ସମସ୍ତ ଶକ୍ତି ଓ ହାତରେ ଥିବା ସମୟର ଉପଯୁକ୍ତ ବିନିଯୋଗ କରିବାର ଆବଶ୍ୟକତା ରହିଛି । ସେହିପରି ମୁଟ୍ କୋର୍ଟ, ଇନ୍‌ଟର୍ଣ୍ଣସିପ୍‌, ମକ୍ ଟ୍ରାଏଲ୍‌, ପାର୍ଲାମେଣ୍ଟାରୀ ଡିବେଟ୍ ଛାତ୍ରଛାତ୍ରୀଙ୍କ ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ବୋଲି ଶ୍ରୀ ଆଚାର୍ଯ୍ୟ କହିଥିଲେ । ବର୍ତ୍ତମାନ ସମୟରେ ଆଇନ୍ ସାମ୍ବାଦିକତାର ଗୁରୁତ୍ୱ ସମ୍ପର୍କରେ ମଧ୍ୟ ଛାତ୍ରଛାତ୍ରୀମାନଙ୍କୁ ସେ ଅବଗତ କରାଇଥିଲେ ।

ସେହିପରି ନିଜ କ୍ୟାରିୟର ଗଢ଼ିବା ପାଇଁ ଉପଯୁକ୍ତ ପ୍ରସ୍ତୁତି, କଠିନ ପରିଶ୍ରମ, ଜ୍ଞାନ ଆହରଣ ନିମନ୍ତେ ଇଚ୍ଛାଶକ୍ତି, କୋର୍ଟରେ ବିଚାରପତି ଓ ଯେଉଁ ପକ୍ଷଙ୍କ ନିମନ୍ତେ ମାମଲା ଲଢ଼ୁଛନ୍ତି ସେମାନଙ୍କ ପ୍ରତି ଅନୁରକ୍ତି ରହିବା ଆବଶ୍ୟକ ବୋଲି ଶ୍ରୀ ଆଚାର୍ଯ୍ୟ କହିଥିଲେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ନିଲ୍‌ର ଡିନ୍ ପ୍ରଫେସର ଏସ୍‌.ଏ.କେ. ଆଜାଦ ଅତିଥି ପରିଚୟ ପ୍ରଦାନ କରିଥିଲେ ।

କୁଳପତି ପ୍ରଫେସର ନନ୍ଦ ଛାତ୍ରଛାତ୍ରୀମାନଙ୍କର ଭୂମିକା ଓ ଭବିଷ୍ୟତ ସମ୍ପର୍କରେ ଉପଦେଶ ଦେବା ସହ ସୋଆ ସମ୍ପର୍କରେ ବିସ୍ତୃତ ତଥ୍ୟ ପ୍ରଦାନ କରିଥିଲେ । ସେହିପରି ସୋଆର ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ, ସ୍ନିଲ୍‌ର ଉପଦେଷ୍ଟା ତଥା ସିନିୟର ପ୍ରଫେସର (ଡକ୍ଟର) ଜୟଦେବ ପତି, ସିନିୟର ପ୍ରଫେସର (ଡକ୍ଟର) ପ୍ରବୀର କୁମାର ପଟ୍ଟନାୟକ ବକ୍ତବ୍ୟ ରଖିଥିଲେ ।

Leave A Reply

Your email address will not be published.