Latest Odisha News

BREAKING NEWS

ସୋଆର ଗବେଷକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ

ଭୁବନେଶ୍ୱର: ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ (ହୀରକ ଜୟନ୍ତୀ) ପାଳନ ଅବସରରେ ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ନାନୋ ସାଇନ୍ସ ଆଣ୍ଡ ନାନୋ ଟେକ୍ନୋଲୋଜି କେନ୍ଦ୍ରର ନିର୍ଦ୍ଦେଶକ ପ୍ରଫେସର କୁଳମଣି ପରିଡ଼ାଙ୍କୁ ବିଜ୍ଞାନ କ୍ଷେତ୍ରରେ ପାରଦର୍ଶିତା ତଥା ଗବେଷଣା କ୍ଷେତ୍ରରେ ଉତ୍କର୍ଷତା ନିମନ୍ତେ ଗୁରୁବାର ରାଜଧାନୀ ଗୌରବ ସମ୍ମାନ ପ୍ରଦାନ କରାଯାଇଛି ।

ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓ ରାଜଧାନୀ ପ୍ରତିଷ୍ଠା କମିଟି ପକ୍ଷରୁ ଆୟୋଜିତ ଏହି ସମାରୋହରେ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓ ସଂସ୍କୃତି ଏବଂ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ପ୍ରଫେସର ପରିଡ଼ାଙ୍କୁ ସମ୍ମାନିତ କରିଥିଲେ ।

ଏହି ଅବସରରେ ବିଏମସି ମେୟର ସୁଲୋଚନା ଦାସ ମଧ୍ୟ ଉପସ୍ଥିତ ଥିଲେ । ପୂର୍ବରୁ ପ୍ରଫେସର ପରିଡ଼ା ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ବିଶ୍ୱର ଦୁଇ ପ୍ରତିଶତ ଶ୍ରେଷ୍ଠ ବୈଜ୍ଞାନିକଙ୍କ ତାଲିକାରେ ସ୍ଥାନିତ ହୋଇ ସାରିଛନ୍ତି ।

Leave A Reply

Your email address will not be published.