Latest Odisha News

BREAKING NEWS

ଓଡ଼ିଶାକୁ ବିଶ୍ୱ ଦରବାରରେ ସ୍ବତନ୍ତ୍ର ପରିଚୟ ଦେଇଥିବା ଓଡିଶୀ ନୃତ୍ୟ ସମ୍ପର୍କରେ କିଛି କଥା

ଭୁବନେଶ୍ୱର: ଭାରତରେ ପ୍ରଚଳିତ ଶାସ୍ତ୍ରୀୟ ନୃତ୍ୟମାନଙ୍କ ମଧ୍ୟରୁ ଓଡ଼ିଶୀ ନୃତ୍ୟ ଅନ୍ୟତମ । ଏହାର ପରମ୍ପରା ଅତି ପ୍ରାଚୀନ । ଏହା ବିଶ୍ୱ ଦରବାରରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରେ କହିଲେ ଅତ୍ୟୁକ୍ତି ହେବ ନାହିଁ। ଓଡ଼ିଶୀନୃତ୍ୟର ପ୍ରାଚୀନତା ପ୍ରତିପାଦନ କରେ ଖାରବେଳଙ୍କ ସମୟରେ ଖୋତିତ ରାଣୀଗୁମ୍ଫା,ସ୍ଵର୍ଗପୁରୀ ଓ ମଞ୍ଚପୁରୀ ଗୁମ୍ଫାର ଗାତ୍ରରେ ଦେଖିବାକୁ ମିଳୁଥିବା ନର୍ତ୍ତକୀମାନଙ୍କର ପ୍ରତିମା ତଥା ହାତୀଗୁମ୍ଫା ଅଭିଲେଖରେ ବର୍ଣ୍ଣିତ ନୃତ୍ୟ।

*ଭରତଙ୍କ ନାଟ୍ୟଶାସ୍ତ୍ରରେ ଉଲ୍ଲିଖିତ କଳିଙ୍ଗ ନୃତ୍ୟ ଶୈଳୀ ଓଡ଼ିଶୀ ନୃତ୍ୟର ସ୍ଵାତନ୍ତ୍ରତା ପ୍ରମାଣିତ କରେ ।

*ପରବର୍ତ୍ତୀ କାଳରେ ଏହି ନୃତ୍ୟ ଦେବଦାସୀ ନୃତ୍ୟ (ମାହାରୀ) ଓ ଗୋଟିପୁଅମାନଙ୍କ ଦ୍ଵାରା ପରିବେଷିତ ହୋଇ ଆସୁଥିଲା । ଆମଦେଶ ସ୍ଵାଧୀନ ହେବା ପରେ ଏହି ନୃତ୍ୟ ପରମ୍ପରାର ପୁନରୁଦ୍ଧାର କରାଯାଇ ଓଡ଼ିଶୀ ନାମରେ ନାମିତ କରାଗଲା ଓ ଏହା ଶାସ୍ତ୍ରୀୟ ନୃତ୍ୟର ମର୍ଯ୍ୟାଦା ଲାଭ କଲା ।

*ଏହି ଉଦ୍ୟମରେ ସାର୍ଥକତା ଲାଭକରିଥିବା ବ୍ୟକ୍ତିମାନକ ମଧ୍ୟରୁ କବିଚନ୍ଦ୍ର କାଳୀଚରଣ ପଟ୍ଟନାୟକ, ନୃତ୍ୟଗୁରୁ ପଙ୍କଜଚରଣ ଦାସ, ଦେବପ୍ରସାଦ ଦାସ ଓ କେଳୁଚରଣ ମହାପାତ୍ର ଅନ୍ୟତମ।

*ଓଡ଼ିଶୀ ଭାରତର ଆଠଟି ଶାସ୍ତ୍ରୀୟ ନୃତ୍ୟ ଭିତରୁ ଗୋଟିଏ । ଏହା ଓଡ଼ିଶାରୁ ଜନ୍ମ ଲାଭ କରିଛି । ପୁରାତନ ତତ୍ଵ ଅନୁସାରେ ଏହା ଭାରତର ଜୀବନ୍ତ ନୃତ୍ୟକଳା ଭିତରୁ ଗୋଟିଏ । ଭାରତୀୟ ନୃତ୍ୟକଳାର ପୋଥି ନାଟ୍ୟ ଶାସ୍ତ୍ରଏହାକୁ ଓଡ୍ର-ମାଗଧି ବୋଲି କହେ ।

*ପ୍ରଥମ ଖ୍ରୀଷ୍ଟପୂର୍ବ ବେଳକୁ ଭୁବନେଶ୍ୱରର ଖଣ୍ଡଗିରି ଓ ଉଦୟଗିରି ଠାରେ ଓଡ଼ିଶୀ ଏକ ଉନ୍ନତ ନୃତ୍ୟକଳାରେ ପରିଣତ ହୋଇସାରିଥିଲା ଯାହା ସେ କେତେ ପୁରୁଣା ସେକଥା ପ୍ରମାଣ କରେ ।

*ଏହାର ତ୍ରିଭଙ୍ଗୀ ଠାଣି ବା ଦେହର ତିନୋଟି ଅଙ୍ଗ – ମୁଣ୍ଡ, ଛାତି ଓ ଅଣ୍ଟାର ସ୍ଵାଧୀନ ଗତି ଏହାକୁ ବାକି ଭାରତୀୟ ନାଟ ଠାରୁ ପୁରାପୁରି ନିଆରା କରି ଗଢ଼ିତୋଳିଛି । ଆଉ ମୌଳିକ ଚଉକୋଣ ନାଚକୁ ଚଉକା କୁହାଯାଏ ।

*ପରାଧୀନ ଭାରତରେ ଇଂରେଜ ମାନେ ଏହାକୁ କିଛି ପରିମାଣରେ ଦବାଇ ଦିଆଯାଇଥିଲା ହେଁ ସ୍ଵାଧୀନତା ପରେ ଓଡ଼ିଶୀ ପୁଣି ତାର ଆଗର ଗୌରବ ଫେରିପାଇଥିଲା ।

Leave A Reply

Your email address will not be published.