ବ୍ରହ୍ମପୁର: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ଘାଂସିବିଲି ଗ୍ରାମରେ ପୁଅର ମାଡ଼ରେ ବାପାର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ୭୨ ବର୍ଷୀୟ ପ୍ରଭାକର ସାହୁ। ପୁଅ ଅନ୍ତର୍ୟ୍ୟାମୀ ସାହୁ ଓ ବାପା ପ୍ରଭାକର ସାହୁଙ୍କ ମଧ୍ୟରେ କୌଣସି ଘଟଣାକୁ ନେଇ ବଚସା ହୋଇଥିଲା। ସେଥିରେ ପୁଅ ଉତକ୍ଷୀପ୍ତ ହୋଇ ବାପାକୁ ଜୋରରେ ଆଘାତ ଦେଇଥିଲା। ଫଳରେ ସେ ଗୁରୁତର ଆହାତ ହୋଇ ଘଟଣା ସ୍ଥଳରେ ହିଁ ଟଳି ପଡ଼ିଥିଲେ। ଏନେଇ ପ୍ରଭାକରଙ୍କ ସ୍ତ୍ରୀ ଧରାକୋଟ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ଅଭିଯୁକ୍ତ ପୁଅକୁ ପୋଲିସ ଅଟକ ରଖି ପଚରା ଉଚୁରା କରୁଛି। ଘଟଣା ସ୍ଥଳରେ ସାଇନଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପଟେ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂତ୍ରରୁ ସୂଚନା ମିଳିଛି।
BREAKING NEWS
- Odia Pakhya:ଏପ୍ରିଲ ୪ରେ ଆୟୋଜିତ ହେବ ଖଡ଼ିଛୁଆଁ ସହ ଓଡ଼ିଆରେ ନାମ ଫଳକ ଲେଖା ଅଭିଯାନ
- ଷ୍ଟାଡିୟମ ସଫା କରି ଚର୍ଚ୍ଚାରେ ଏହି ମହାନ ଖେଳାଳି
- DGP Award: ଉଲ୍ଲେଖନୀୟ ସେବା ପାଇଁ ୭୮ ଜଣ ପୋଲିସ କର୍ମଚାରୀଙ୍କୁ ମିଳିଲା ପଦକ
- Make in India: ଟେକ୍ ଟ୍ରାନ୍ସଫର ଚୁକ୍ତି ଅନୁଯାୟୀ ଇସ୍ରାଏଲ ଭାରତକୁ ଦେଲା ପ୍ରଥମ ହାଲୁକା ମେସିନ୍ ଗନ୍ ; ଜାଣନ୍ତୁ ଏହାର ବିଶେଷତ୍ୱ
- VFS Global at BSABT: ବରମୁଣ୍ଡାରେ ଖୋଲିଲା ଭିସା କେନ୍ଦ୍ର;ଆଉ ଯିବାକୁ ପଡିବନି ଅନ୍ୟ ରାଜ୍ୟକୁ…
- Odisha Day:ଉତ୍କଳମଣିଙ୍କ ଜନ୍ମପୀଠରେ ପାଳିତ ହେଲା ଓଡ଼ିଶା ଦିବସ;ପୁରୀରେ ହେବ କ୍ରୁଜ୍ ଟର୍ମିନାଲ୍ ପ୍ରତିଷ୍ଠା …
- CCS meeting: ପ୍ରଧାନମନ୍ତ୍ରୀ ମୋଦୀ ପୁଣି ଥରେ ଡାକିଲେ CCS ବୈଠକ; ଆଜି ସନ୍ଧ୍ୟା…
- ଫିଫା ବିଶ୍ୱକପ: କ୍ରମାଗତ ତୃତୀୟ ଥର ପାଇଁ ଯୋଗ୍ୟତା ହାସଲ କରିପାରିଲା ନାହିଁ ଇଟାଲୀ, ଚୂଡାନ୍ତ ହେଲା ୪୮ ଟିମ
- Paddy Procurement: ଖରିଫ ଧାନକିଣା ଅବଧି ୭ ଦିନ ବୃଦ୍ଧି କଲେ ରାଜ୍ୟ ସରକାର
- ସାମ୍ଭାଜୀ ମହାରାଜାଙ୍କ ପୁଅ ଭୂମିକା କରିବେ ଭିକ୍କି କୌଶଲ
Comments are closed.