ବ୍ରହ୍ମପୁର: ଓଡିଶା ପର୍ଯ୍ୟଟନ ବିଭାଗର ପ୍ରୟାସ କ୍ରମେ ସୋନାପୁର ଠାରେ ଆରମ୍ଭ ହୋଇଛି ‘ଇକୋ ରିଟ୍ରେଟ୍’। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ଗୁରୁବାର ପୂର୍ବାହ୍ନ ଏହାକୁ ଉଦ୍ଘାଟନ କରିଥିଲେ। ଆସନ୍ତା ୯୦ ଦିନ ଅର୍ଥାତ୍ ଫେବୃୟାରୀ ୨୦୨୩ ପର୍ଯ୍ୟନ୍ତ ଏହା ଚାଲୁ ରହିବ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କଲାଭଳି ଏହିଠାରେ ଆରାମ ଦାୟକ ଟେଣ୍ଟ, ଶୀତତାପ ନିୟନ୍ତ୍ରୀତ ରେଷ୍ଟୁରାଣ୍ଟ ଏବଂ ବାର୍ ବ୍ୟବସ୍ଥା ରହିଛି। ଏତଦ୍ ବ୍ୟତୀତ ସମ୍ମିଳନୀ କକ୍ଷ, ପିଲାଙ୍କ ସକାଶେ ଖେଳିବା ସ୍ଥାନ, ଗୁଲଫ୍ କାର୍ଟ, ଜଳ ଏବଂ ସ୍ଥଳ ଭାଗରେ ବିଭିନ୍ନ କୌତୁହଳପୂର୍ଣ୍ଣ ଖେଳିବା ସ୍ଥାନ ଏବଂ ପ୍ରତ୍ୟେକ ଦିନ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାର ବ୍ୟବସ୍ଥାମାନ ଏହି ଠାରେ ଉପଲବ୍ଧ ରହିଛି।
ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଜିଲାର ପର୍ଯ୍ୟଟନ ସ୍ଥଳଗୁଡିକର ବିକାଶ କରାଯାଇ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କଲାଭଳି କାର୍ଯ୍ୟକ୍ରମ କରାଗଲେ ସ୍ଥାନୀୟ ଲୋକଙ୍କ ଆର୍ଥିକ ମାନଦଣ୍ଡ ବୃଦ୍ଧି ହେବା ସହିତ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଆତ୍ମ ନିର୍ଭରଶୀଳ ହେବା ଦିଗରେ ଅନେକ ପଥ ପରିଷ୍କାର ହେବ ବୋଲି ସେ କହିଥିଲେ। ଅନ୍ୟତମ ଅତିଥି ଭାବେ ବ୍ରହ୍ମପୁରର ଆରକ୍ଷୀ ଅଧୀକ୍ଷକ ଡା. ସର୍ବଣା ବିବେକ ଏମ୍, ଜିଲା ପରିଷଦର ମୁଖ୍ୟ ନିର୍ବାହୀ ଅଧିକାରୀ ୱି. କୀର୍ତ୍ତି ଭାସନ୍ ଏବଂ ବ୍ରହ୍ମପୁର ଉପ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ଯୋଗଦେଇ ପର୍ଯ୍ୟଟନ ବିକାଶ କ୍ଷେତ୍ରରେ ଜିଲାପ୍ରଶାସନ ଦ୍ବାରା ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଅବଗତ କରାଇଥିଲେ। ପର୍ଯ୍ୟଟନ ବିଭାଗର ସହକାରୀ ନିର୍ଦ୍ଦେଶକ ଡଃ ରତିକାନ୍ତ ପଟ୍ଟନାୟକ ପ୍ରାରମ୍ଭିକ ସୂଚନା ଦେଇଥିଲେ। ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରବି ନାରାୟଣ ବେହେରା ପରିଚାଳନା କରିଥିଲେ।
BREAKING NEWS
- ଗହୀରମଥାରୁ ୧୯ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ
- ବନ୍ୟାରେ ଉବୁଟୁବୁ ଭଦ୍ରକ, ଆଜି ୧୬୬ ସ୍କୁଲ ବନ୍ଦ…
- ଟେକ୍-ଅଫର କିଛି ସମୟ ପରେ ସେନା ବିମାନ କ୍ରାସ, ୬ ମୃତ
- ଦୀର୍ଘ ୬ ବର୍ଷ ପରେ ଖୋଲିଲା ଗୁଣ୍ଡିଚା ମନ୍ଦିର
- ଆଜି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ, ଜାଣନ୍ତୁ କାହିଁକି…
- ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ବିଭିନ୍ନ ସ୍ଥାନରେ ଟାୟାର ଜାଳି…
- ଜାମ୍ମୁ-କାଶ୍ମୀରର କଠୁଆରେ ବଡ଼ ଅଘଟଣ :ଯବାନଙ୍କ ଗୁଳିଚାଳନାରେ ୪ ସହକର୍ମୀ ମୃତ
- ଭିଜିଲାନ୍ସ ସ୍ୱତନ୍ତ୍ର କୋର୍ଟରେ ପୂର୍ବତନ ଆରଟିଓ ଦୋଷୀ ସାବ୍ୟସ୍ତ
- ଝାରସୁଗୁଡ଼ା ବେଦାନ୍ତ ଆଲୁମିନିୟମର ଶିଳ୍ପାଞ୍ଚଳ ଟାଉନସିପ୍କୁ ମିଳିଲା ‘ଏମ.କେ. ରାଉତ ପ୍ରଦୂଷଣ ନିୟନ୍ତ୍ରଣ ପ୍ରଶଂସା ପୁରସ୍କାର ୨୦୨୬’
- ବାୟୋ ଗ୍ୟାସ୍ ପ୍ରକଳ୍ପ: ୧୯ଟି ଶିଳ୍ପ ନିବେଶ ପ୍ରସ୍ତାବକୁ ଅନୁମୋଦନ, ସୃଷ୍ଟି ହେବ ୧୦୬୬୧ଟି ନିଯୁକ୍ତି ସୁଯୋଗ

Comments are closed.