Latest Odisha News

BREAKING NEWS

ରାଷ୍ଟ୍ରପତିଙ୍କୁ ‘ବିଚାରୀ’ ଓ ତାଙ୍କ ଅଭିଭାଷଣକୁ ‘ବୋରିଂ’ କହି ବିବାଦରେ ସୋନିଆ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ଅସୌଜନ୍ୟମୂଳକ ମନ୍ତବ୍ୟକୁ ନେଇ ବିବାଦ ସୃଷ୍ଟି ହୋଇଛି। ସଂସଦର ବଜେଟ୍ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣକୁ ‘ବୋରିଂ’ କହିବା ସହ ‘ବିଚାରୀ’ ବୋଲି ମନ୍ତବ୍ୟ ଦେବାପରେ ବିବାଦ ଆରମ୍ଭ ହୋଇଛି।

ସଂସଦରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ଏଭଳି ପ୍ରତିକ୍ରିୟା ସାମ୍ନାକୁ ଆସିଛି। ରାଷ୍ଟ୍ରପତିଙ୍କ ଅଭିଭାଷଣ ପରେ ସୋନିଆ ଗାନ୍ଧୀ କହିଛନ୍ତି, ବିଚାରୀ ଭାଷଣ ପଢ଼ି ପଢ଼ି କ୍ଳାନ୍ତ ହୋଇଯାଇଥିଲେ। ଏହି କଥା ସେ ସିଧାସଳଖ ଗଣମାଧ୍ୟମକୁ କିମ୍ବା କୌଣସି ପ୍ରତିନିଧିଙ୍କୁ କହିନଥିଲେ। ବରଂ ରାହୁଲ ଗାନ୍ଧୀ ଏବଂ ସୋନିଆ ଗାନ୍ଧୀ ଏହି ବିଷୟରେ ଆଲୋଚନା କରିଥିଲେ।

ସୂଚନା ଅନୁସାରେ ଗଣମାଧ୍ୟମ ପ୍ରତିନିଧି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରତିକ୍ରିୟା ନେବାକୁ ଚାହିଁଥିଲେ। କିନ୍ତୁ ରାହୁଲ୍ ତାଙ୍କ ମାଆଙ୍କୁ ପଚାରିଥିଲେ, ଏହା ଉପରେ କ’ଣ କହିବା? ‘ବୋରିଂ’ କହିବା, ନା ‘ନୋ କମେଣ୍ଟ’ କହିବା। ସେତିକି ବେଳେ ସୋନିଆ କହିଥିଲେ, ‘ବିଚାରୀ’ ଭାଷଣ ଦେଇ ଥକିଗଲେଣି । ଏହି କଥା ସେ ସିଧାସଳଖ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିନଥିଲେ ମଧ୍ୟ ଭାଇଭଉଣୀ ଓ ମାଆଙ୍କ ମଧ୍ୟରେ ହୋଇଥିବା ଏହି କଥାବାର୍ତ୍ତା କ୍ୟାମେରାରେ କଏଦ୍ ହୋଇଥିଲା।

ସୋନିଆଙ୍କ ଏହି କଥାକୁ ନେଇ ଏବେ ରାଜନୀତି ଉଷ୍ମ ହୋଇଇଛି। ବିଜେପିର କହିଛି ଯେ, ସୋନିଆ ଗାନ୍ଧୀ ରାଷ୍ଟ୍ରପତିଙ୍କୁ ଅପମାନିତ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଏସପି ସିଂହ ବାଘେଲ କହିଛନ୍ତି, ସୋନିଆ ଗାନ୍ଧୀଙ୍କ ବକ୍ତବ୍ୟ ସର୍ବୋଚ୍ଚ ପଦବୀରେ ବସିଥିବା ଜଣେ ଆଦିବାସୀ ମହିଳାଙ୍କ ପ୍ରତି ଅପମାନ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା କାର୍ଯ୍ୟର ଏକ ବିବରଣୀ ଥିଲା। ପୂର୍ବ ବଜେଟ ଏବଂ ସରକାରଙ୍କ ବିଭିନ୍ନ ଯୋଜନାରୁ ଲୋକଙ୍କୁ ଲାଭ ମିଳିଛି। ସମାଜର ପ୍ରତ୍ୟେକ ବର୍ଗ ଉପକୃତ ହୋଇଛି। ଏହା ଏକ ଚମତ୍କାର ହିସାବ ଥିଲା। ବିଜେପି ଏହାକୁ କଡା ଭାଷାରେ ନିନ୍ଦା କରିଛି । ରାଷ୍ଟ୍ରପତିଙ୍କୁ ଏପରି କହି ସେ ଏହି ପଦବୀର ପଦମର୍ଯ୍ୟାଦାର ଅବମାନନା କରିଥିବା କହିଛନ୍ତି ବିଜେପି ନେତା। ଏବେ ବି ଗାନ୍ଧୀ ପରିବାର ସଦସ୍ୟଙ୍କ ମନରେ ଏଭଳି ଚିନ୍ତା ବସାବାନ୍ଧି ରହିଛି ବୋଲି କହିଛନ୍ତି ବିଜେପି ନେତା।

Comments are closed.