Latest Odisha News

BREAKING NEWS

ବିଜେଡ଼ିରେ ଯୋଗ ଦେଲେ ସୋର ପୌରପରିଷଦ ଅଧ୍ୟକ୍ଷ ମାଧବ ଧଡ଼ା

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ସୋର ପୌରପରିଷଦର ଅଧ୍ୟକ୍ଷ ମାଧବ ଧଡ଼ା ତାଙ୍କ ସମର୍ଥକଙ୍କ ସହିତ ଅନେକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା ଓ ସୋର ବିଧାୟକ ପର୍ଶୁରାମ ଧଡ଼ାଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଜେନା ଓ ପର୍ଶୁରାମ ଧଡ଼ା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ।

ମାଧବ ଧଡ଼ା, ବରିଷ୍ଠ ବିଜେପି ନେତା ଶେଖ ଲିଆକତ୍ ଅଲ୍ଲୀ, ଦିଲ୍ଲୀପ କୁମାର କର, ଜନ୍ମେଜୟ ପଣ୍ଡା ଓ ତାଙ୍କ ସମର୍ଥକଙ୍କ ଯୋଗଦାନ ଫଳରେ ବିଶେଷ କରି ସୋର ନିର୍ବାଚନମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଜେନା ଓ ପର୍ଶୁରାମ ଧଡ଼ା କହିଥିଲେ। ଏହି ଅବସରରେ ବିଜେଡ଼ିରେ ସାମିଲ ହୋଇଥିବା ମାଧବ ଧଡ଼ା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, “ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟକଳାପ ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ଦଳରେ ମୋତେ ଓ ଯୋଗ ଦେଇଥିବା ସମସ୍ତ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।” ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.