Latest Odisha News

ସୌମ୍ୟଙ୍କ ମୃତ୍ୟୁ ମାମଲାରେ ଆସିଲା ପୋଷ୍ଟମର୍ଟମ ରିପୋର୍ଟ: ଶରୀରର ୨୧ ସ୍ଥାନରେ ରହିଛି କ୍ଷତ

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଛି ପୋଷ୍ଟମର୍ଟମ ରିପୋର୍ଟ । ସୌମ୍ୟଙ୍କ ମୁଣ୍ଡରେ ଶକ୍ତ ଆଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିଲା । ସୌମ୍ୟଙ୍କ କେମିତି ମୃତ୍ୟୁ ହୋଇଥିଲା ସବୁକିଛି ରିପୋର୍ଟରେ ଉଲ୍ଲେଖ ହୋଇଛି । ତାଙ୍କ ମସ୍ତିଷ୍କରେ ଗଭୀର ଆଘାତ ଯୋଗୁଁ ସୌମ୍ୟଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ସେହିପରି ସୌମ୍ୟଙ୍କ ଶରୀରର ୨୧ଟି ସ୍ଥାନରେ ଗଭୀର ଆଘାତ ଲାଗିଥିଲା। ଏପରିକି ସୌମ୍ୟଙ୍କୁ କଠିନ ଭାରି ବସ୍ତୁରେ ବାରମ୍ବାର ଆକ୍ରମଣ କରାଯାଇଛି ବୋଲି ରିପୋର୍ଟରେ ଉଲ୍ଲେଖ ହୋଇଛି।

ମୁଣ୍ଡର ଆଗ, ପଛ ଓ ମଝିରେ ଶକ୍ତ ଆଘାତ ଯୋଗୁଁ ରକ୍ତ ଜମାଟ ବାନ୍ଧି ଫୁଲି ଯାଇଥିଲା । ଫୁସଫୁସରେ ମଧ୍ୟ ରକ୍ତ ଜମାଟ ବାନ୍ଧିଥିଲା । ନିଶା ଦ୍ରବ୍ୟ ସେବନ କରିଥିଲେ କି ନାହିଁ ତାହା ଜାଣିବାକୁ ନମୂନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଦିଆଯାଇଛି । ତେବେ ସୌମ୍ୟଙ୍କୁ ଆକ୍ରମଣ ସମୟରେ ସେ ନିଶା ଖାଇଥିଲେ କି ନାହିଁ ସେ ବାବଦରେ ତଦନ୍ତ କରାଯାଉଛି । ତାଙ୍କ ନମୁନା ସଂଗ୍ରହ କରାଯାଇ ପୋଲିସକୁ ଦିଆଯାଇଛି । ତେବେ ଆଜି ଏହି ରିପୋର୍ଟ ଆସିବା ପରେ ତଦନ୍ତକୁ ଆହୁରି ଜୋରଦାର କରାଯାଇଛି । କିଛିଦିନ ତଳେ ସୌମ୍ୟଙ୍କୁ ପିଟିପିଟି ହତ୍ୟା କରାଯାଇଥିଲା।

Leave A Reply

Your email address will not be published.