Latest Odisha News

BREAKING NEWS

ଟି୨୦ ବିଶ୍ୱକପ କ୍ରିକେଟ: ୱେଷ୍ଟଇଣ୍ଡିଜକୁ ୮ ୱିକେଟରେ ହରାଇଲା ଦକ୍ଷିଣ ଆଫ୍ରିକା

ଦୁବାଇ: ଚଳିତ ଟି୨୦ ବିଶ୍ୱକପ କ୍ରିକେଟର ଏକ ଗୁରତ୍ୱପୂର୍ଣ୍ଣ ମୁକାବିଲାରେ ଦକ୍ଷିଣ ଆଫ୍ରିକା ୮ ୱିକେଟରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରିଛି । କ୍ରମାଗତ ଦ୍ୱିତୀୟ ପରାଜୟ ଯୋଗୁ ସଙ୍କଟରେ ପଡିଯାଇଛି । ପ୍ରଥମେ ବ୍ୟାଟିଂ କରି ୱେଷ୍ଟଇଣ୍ଡିଜ ୨୦ ଓଭରରେ ୮ ଉଇକେଟ ହରାଇ ୧୪୩ ରନ କରିଥିଲା । ଇଭାନ ଲୁଇସ ସର୍ବାଧିକ ୫୬ ରନ କରିଥିଲେ । ଦକ୍ଷିଣ ଆଫ୍ରିକାର ଡ୍ୱେନ ପ୍ରିଟୋରିୟସ ୩ଟି ୱିକେଟ ନେଇଥିଲେ ।

ଜବାବରେ ଦକ୍ଷିଣ ଆଫ୍ରିକା ୧୮.୨ ଓଭରରେ ୨ ୱିକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା । ଆଇଡେନ ମାର୍କମାନ (୫୧ ନଟଆଉଟ) ଅର୍ଦ୍ଧଶତକ ହାସଲ କରିଥିବା ବେଳେ ରାଶି ଭାନ ଡେର ଡସେନ ୪୩ ଓ ରୀଜା ହେଣ୍ଡରିକ୍ସ ୩୯ ରନର ଇନିଂସ ଖେଳିଥିଲେ ।

Leave A Reply

Your email address will not be published.