Latest Odisha News

BREAKING NEWS

ଓଡିଶାରେ ପ୍ରବେଶ କଲା ଦକ୍ଷିଣ-ପଶ୍ଚିମ ମୌସୁମୀ: ପାଣିପାଗ ବିଭାଗ

ଭୁବନେଶ୍ୱର: ଗୁରୁବାର ଦିନ ଓଡିଶାରେ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ । ଏନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ଦେଇଛି। ବୁଧବାର ଦିନ ଆଇଏମଡି ପକ୍ଷରୁ କୁହାଯାଇଥିଲା ଯେ ଦକ୍ଷିଣ-ପଶ୍ଚିମ ମୌସୁମୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶା ଉପକୂଳରେ ପହଞ୍ଚି ପାରେ। ଏହି ସମୟରେ, ପୂର୍ବ-କେନ୍ଦ୍ରୀୟ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ବୁଧବାର ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯାଇ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିଛି| ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି ।

Leave A Reply

Your email address will not be published.