Latest Odisha News

ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ଦକ୍ଷିଣ ଓଡ଼ିଶାରେ ବର୍ଷା

ଭୁବନେଶ୍ୱର: ଚାଷୀଙ୍କ ଅପେକ୍ଷାର ଅନ୍ତ । ଶେଷ ରଜରେ ଓଡ଼ିଶା ପହଞ୍ଚିଛି ଦକ୍ଷିଣ-ମୌସୁମୀ ବାୟୁ । ମୌସୁମୀ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବେଶ କରିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଛି ।

ଗତ ୩ ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରାକ୍-ମୌସୁମୀ ବର୍ଷା ଲାଗି ରହିଥିଲା । ଏଥିସହ ମୌସୁମୀ ଆଗମନ ଯୋଗୁ ଆସ୍ତେ ଆସ୍ତେ ପାରଦ ଖସୁଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା ।

ଅନ୍ୟପଟେ ଆସନ୍ତା ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୩ ଦିନ ଭିତରେ ଦିନ ତାପମାତ୍ରା ୩ରୁ ୪ ଡିଗ୍ରୀ ଯାଏ ହ୍ରାସ ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

Leave A Reply

Your email address will not be published.