Latest Odisha News

BREAKING NEWS

ଆଗାମୀ ୪୮ ଘଣ୍ଟାରେ ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା

ଭୁବନେଶ୍ୱର: ଅନୁକୂଳ ହେଉଛି ପାଗ । ଆଗାମୀ ୪୮ ଘଣ୍ଟାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ସମ୍ଭାବନା । ଏବେ ଦକ୍ଷିଣ ଓଡ଼ିଶାରେ କିଛି ଅଞ୍ଚଳରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ପ୍ରବେଶ କରିବା ପାଇଁ ପାଗ ଅନୁକୂଳ ଥିବା ଟ୍ୱିଟ୍ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି । ମଙ୍ଗଳବାର ସନ୍ଧ୍ୟା ୫.୩୦ ସୁଦ୍ଧା  ବାଲେଶ୍ୱରରେ ୫୪ ମିମି ବର୍ଷା ରେକର୍ଡ ହୋଇଛି । ସେହିଭଳି କେନ୍ଦୁଝରରେ ୨୧.୬ ମିମି ବର୍ଷା ହୋଇଥିବା ବେଳେ ଦାରିଙ୍ଗବାଡ଼ିରେ ୨୦ ମିମି, ପାରଳାଖେମୁଣ୍ଡିରେ ୧୮.୬ ମିମି, ଅନୁଗୁଳରେ ୧୮ ମିମି, ଯାଜପୁରରେ ୧୪ ମିମି,  ନୟାଗଡ଼ରେ ୧୩.୨ ମିମି ଓ ନୂଆପଡ଼ାରେ ୮.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଆଗାମୀ ୪ ଦିନ ଯାଏ ଘଡ଼ଘଡ଼ ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଆଗାମୀ ୨୪ ଘଣ୍ଟାରେ ଘଡ଼ଘଡ଼ି ଓ ବଜ୍ରପାତ ନେଇ ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ।

Leave A Reply

Your email address will not be published.