Latest Odisha News

ବିଳମ୍ବରେ ଓଡିଶା ଛାଡିବ ଦକ୍ଷିଣ-ପଶ୍ଚିମ ମୌସୁମୀ !

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡିଶାରୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବା ନେଇ ଶୁକ୍ରବାର ଦିନ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ଆକଳନ କରାଯାଇଛି।

ଗଣମାଧ୍ୟମକୁ ସୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଲକ୍ଷ୍ମୀକାନ୍ତ ଗିରି କହିଛନ୍ତି, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ହରିଆଣା, ପଞ୍ଜାବ, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ପଶ୍ଚିମ ରାଜସ୍ଥାନର କିଛି ଅଂଶରୁ ପ୍ରତ୍ୟାବର୍ତ୍ତନ କରିଛି । ଆହୁରି ମଧ୍ୟ କିଛି ସପ୍ତାହ ମଧ୍ୟରେ ମଧ୍ୟ ଭାରତ, ପୂର୍ବ ଭାରତ ଓ ଉତ୍ତର-ପଶ୍ଚିମ ଭାରତର କିଛି ଅଂଶରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ ।

ଓଡିଶାର କିଛି ଅଂଶରେ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ପାଖାପାଖି ଗୋଟିଏ ସପ୍ତାହ ମଧ୍ୟରେ ଏହା ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଥିବା ବେଳେ ଆଉ କିଛି ସ୍ଥାନରେ ପାଗ କୋହଲା ରହିବ ବୋଲି ସେ ପ୍ରକାଶ କରିଛନ୍ତି ।

ତେବେ ଶୁକ୍ରବାର ଦିନ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର ଓ କାଳହାଣ୍ଡି ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.