Latest Odisha News

BREAKING NEWS

ପୂରା ରାଜ୍ୟକୁ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ, ୨୪ ଯାଏ ବର୍ଷିବ

ଭୁବନେଶ୍ୱର: ରାଜ୍ୟର ସବୁ ଅଞ୍ଚଳକୁ ଆଜି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି । ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାରା ରାଜ୍ୟକୁ ମୌସୁମୀ ଛୁଇଁଥିବା ବେଳେ ବିଭିନ୍ନ ଜିଲ୍ଲାରେ ଲାଗି ରହିଛି ବର୍ଷା । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ନେଇ କନ୍ଧମାଳ, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କନାଳ ଓ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ଘଡ଼ଘଡ଼ି ଓ ବଜ୍ରପାତ ନେଇ ବାଲେଶ୍ୱର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

ସେହିଭଳି ୨୧ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳରୁ ଅତ୍ୟଧିକ ବର୍ଷା ହେବାକୁ ଥିବାବେଳେ ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ୨୨ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ସମ୍ବଲପୁର, ଅନୁଗୁଳ, ବଲାଙ୍ଗିର, ସୋନପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Leave A Reply

Your email address will not be published.