Latest Odisha News

BREAKING NEWS

୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ବର: ୩ ରୁ ୪ ଦିନରେ ଓଡ଼ିଶା ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାରେ ପ୍ରବେଶ ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ । ଓଡ଼ିଶାରେ ମୌସୁମୀ ସ୍ପର୍ଶ ପାଇଁ ପାଗ ଅନୁକୂଳ ରହିଛି ବୋଲି ସୂଚନା ଦେଲେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ।

ଚଳିତଥର ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସ୍ଵାଭାବିକ ସମୟର ଦୁଇ ଦିନ ପୂର୍ବରୁ କେରଳ ଛୁଇଁଥିଲା । ଓଡ଼ିଶାରେ ଆସନ୍ତା ୩ ରୁ ୪ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ଗତକାଲି ରାଜ୍ୟର ୪ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା ।

Leave A Reply

Your email address will not be published.